ରାଜ୍ୟରେ ୨୬୦୩ ଗାଁରେ ମୋବାଇଲ ସେବା ଉପଲବ୍ଧ ନାହିଁ : ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ

Published By : Prameya-News7 Bureau | March 17, 2025 IST

ଭୁବନେଶ୍ବର : ରାଜ୍ୟରେ ୨୬୦୩ ଗାଁରେ ନାହିଁ ମୋବାଇଲ ସେବା । ବିଧାନସଭାରେ ଏଭଳି ତଥ୍ୟ ରଖିଛନ୍ତି ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ।                             

ମନ୍ତ୍ରୀ ଗୃହରେ ଲିଖିତ ଉତ୍ତରରେ କହିଛନ୍ତି, ରାଜ୍ୟରେ ଅଦ୍ୟାବଧି ମୋଟ୍ ୫୧୧୭୬ଟି ଗାଁ ମଧ୍ୟରୁ ୨୬୦୩ଟି ଗାଁରେ ମୋବାଇଲ ସେବା ଉପଲବ୍ଧ ନାହିଁ । ଭାରତ ସରକାରଙ୍କ ଡିଜିଟାଲ ଭାରତନିଧ୍ (DBN) ପ୍ରକଳ୍ପ ମାଧ୍ୟମରେ ଓ ରାଜ୍ୟ ସରକାରଙ୍କ ସହଯୋଗରେ, ରାଜ୍ୟର ସମସ୍ତ ଗ୍ରାମକୁ ମୋବାଇଲ ସେବା ଯୋଗାଇଦେବା ପାଇଁ ପ୍ରାୟ ୪୨୧୦ଟି ମୋବାଇଲ ଟାୱାର ସ୍ଥାପନ କରିବା ପାଇଁ ପ୍ରସ୍ତାବ ଅଛି । ତନ୍ମଧ୍ୟରୁ ୨୫୭୨ଟି ଟାୱାର କାର୍ଯ୍ୟକ୍ଷମ ହୋଇସାରିଛି । ଜୁନ୍ ୨୦୨୫ ସୁଦ୍ଧା ଅନ୍ୟ ସମସ୍ତ ଟାୱାରକୁ କାର୍ଯ୍ୟକ୍ଷମ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । 

ବିଧାନସଭାରେ ବିଧାୟକ ରାମେଶ ବେହେରାଙ୍କ ପ୍ରଶ୍ନର ଲିଖିତ ଉତ୍ତର ଦେଇଛନ୍ତି ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ।

You Can Read:

ସେବା ଓ ସଂକଳ୍ପ ମନୋଭାବ ନେଇ ରାଜ୍ୟର ବିକାଶ ପାଇଁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ଦେବେନ୍ଦ୍ର ପ୍ରଧାନ ସାରା ଜୀବନ ଉତ୍ସର୍ଗ କରିଥିଲେ : ମୁଖ୍ୟମନ୍ତ୍ରୀ

  • odisha
  • OdishaNews
  • Odisha Assembly
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.