ପାଣ୍ଡେରାରେ ସ୍ଥାପନ ହେବ ଆଧୁନିକ ମାଛ ମାର୍କେଟ୍, ଖର୍ଚ୍ଚ ହେବ ୫୦କୋଟି ଟଙ୍କା

Published By : Prameya-News7 Bureau | March 13, 2025 IST

ଭୁବନେଶ୍ବର ୧: ଭୁବନେଶ୍ବରରେ ହେବ ଆଧୁନିକ ମାଛ ମାର୍କେଟ୍ । ଦୀର୍ଘ ସମୟ ଧରି ସରକାରଙ୍କ ସହ ଚାଲିଥିଲା ଆଲୋଚନା । ଏହି ପ୍ରକଳ୍ପ ପାଇଁ ୫୦ କୋଟି ଟଙ୍କାର ବ୍ୟୟ ବରାଦ ରହିଛି ।

ଭୁବନେଶ୍ବରରେ ସ୍ଥାପନ ହେବାକୁ ଯାଉଛି ୫୦କୋଟି ଟଙ୍କା ବ୍ୟୟବରାଦରେ ଏକ ଆଧୁନିକ ମାଛ ମାର୍କେଟ୍ । ଉତ୍ତର ଭୁବନେଶ୍ବରର ପାଣ୍ଡେରା ଅଂଚଳରେ ଏହି ଆଧୁନିକ ମାଛ ମାର୍କେଟ୍ ପାଇଁ ଦୀର୍ଘ ସମୟରୁ ରାଜ୍ୟ ସରକାରଙ୍କ ସହିତ ଆଲୋଚନା କରି ଆସୁଥିଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ । 

୨୦୨୪ ସେପ୍ଟେମ୍ବର ମାସରେ ଭୁବନେଶ୍ବର ସାଂସଦ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କରି ସବିଶେଷ ପ୍ରକଳ୍ପ ସମ୍ପର୍କରେ ଆଲୋଚନା କରିଥିଲେ । ରାଜ୍ୟ ସରକାରଙ୍କ ସହମତି ପରେ ଏହି ପ୍ରକଳ୍ପ କେନ୍ଦ୍ରକୁ ଯାଇଥିଲା । ଖୁସିର କଥା କେନ୍ଦ୍ର ମତ୍ସ୍ୟ ଓ ପଶୁ ପାଳନ ଏବଂ ଡାଏରୀ ଗମେଣ୍ଟ ଅଫ୍ ଇଣ୍ଡିଆ ଏହି ପ୍ରକଳ୍ପକୁ ମଞ୍ଜୁର କରିଛନ୍ତି । 

ପାଣ୍ଡେରା ନିକଟରେ ୫.୮୦ ଏକର ଜମିରେ ଏହି ଆଧୁନିକ ମାଛ ମାର୍କେଟ୍ ସ୍ଥାପନ କରାଯିବ, ଏଥିପାଇଁ ୫୦କୋଟି ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି । ଏହି ଅବସରରେ ଡବଲ ଇଞ୍ଜିନ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ।

You Can Read:

ଉତ୍ତରଦ୍ୱାର ନିକଟରେ ଖୋଲାଯିବ ଅନ୍ନକ୍ଷେତ୍ର, ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ ପରେ ଗଜପତିଙ୍କ ସୂଚନା


 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.