ରାଜ୍ୟରେ ୨୧ ଯାଏ ଅଧିକ ବର୍ଷା ସମ୍ଭାବନା, ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ହୋଇପାରେ ବର୍ଷା

Published By : Prameya-News7 Bureau | July 18, 2025 IST

ଭୁବନେଶ୍ୱର,୧୮।୦୭: ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ଅଧିକ ବର୍ଷା ରହିବ । ୧୮ ତାରିଖରେ ଆଭ୍ୟନ୍ତରୀଣ  ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।  ୧୯ ତାରିଖରେ ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ  ଓ ଗଜପତିର କିଛି ସ୍ଥାନରେ ପ୍ରବଳ ହୋଇପାରେ। ୨୧  ତାରିଖ ଯାଏ ଅଧିକ ବର୍ଷା ଜାରି ରହିବ ବୋଲି ପାଣିପାଗ  ବିଭାଗ ପୂର୍ବାନୁମାନ କରିଛି । 

୨୦ ତାରିଖରେ ମୟୂରଭଞ୍ଜ,  କେନ୍ଦୁଝର ଓ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।  ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ  ବର୍ଷା ହୋଇପାରେ । 

୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର,  ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳରେ ପ୍ରବଳ ବର୍ଷା  ହୋଇପାରେ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର,  ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର,  କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।  

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.