ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହେଲା ବସ୍, ୩୦ରୁ ଅଧିକ ଯାତ୍ରୀ ଆହତ

Published By : Prameya-News7 Bureau | April 11, 2025 IST

ଆଠଗଡ଼ ୧୧ଆଠଗଡ଼ରୁ କଟକ ଯାଉଥିବା ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣା ଫଳରେ ୩୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ଆଠଗଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ଆଠଗଡ଼ ଥାନା ଅନ୍ତର୍ଗତ ଆଠଗଡ଼-ମୁଣ୍ଡଳୀ ରାସ୍ତାର ଛତାବର ଛକ ନିକଟରେ ବସ୍ ସହ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଯୋଗୁଁ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୩୦ରୁ ଅଧିକ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦ରୁ ଅଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତଙ୍କୁ ଆଠଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଆଠଗଡ଼ ପୋଲିସ ଓ ଆଠଗଡ଼ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଛନ୍ତି । 

ବସ୍‌ଟି ଆଠଗଡ଼ରୁ କଟକ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ସମସ୍ତ ଆହତ ଏକ କାର୍ଯ୍ୟକ୍ରମ ଯୋଗ ଦେବାକୁ କଟକ ଯାଉଥିବା ଜଣାପଡ଼ିଛି । ସମସ୍ତ ଆହତ ଆଠଗଡ଼ ଥାନା ଅନ୍ତର୍ଗତ ସମସରପୁର ପଞ୍ଚାୟତର ହୋଇଥିବା ସୂଚନା ମିଳିଛି ।

You Can Read:

ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା, ଆୟୁଷ୍ମାନ ଭାରତ ଯୋଜନାର କରିବେ ଶୁଭାରମ୍ଭ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.