ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପର୍ବତାରୋହୀ ବିଭାରାଣୀ, ମାଉଣ୍ଟ ଏଲ୍‌ବ୍ରସ୍‌ ଆରୋହଣ ପାଇଁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | August 02, 2024 IST

ଭୁବନେଶ୍ୱର ୨।୮: ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ପର୍ବତାରୋହୀ ବିଭାରାଣୀ ପାତ୍ର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ତାଙ୍କର ଆଗାମୀ ପର୍ବତାରୋହଣ ଅଭିଯାନ ପାଇଁ ଆଶୀର୍ବାଦ ଗ୍ରହଣ କରିଛନ୍ତି। ଆଗାମୀ ଅଗଷ୍ଟ ୬ ତାରିଖରେ ସେ ରୁଷିଆ ଓ ୟୁରୋପର ଉଚ୍ଚତ୍ତମ ଶୃଙ୍ଗ ମାଉଣ୍ଟ ଏଲ୍‌ବ୍ରସ୍ ଆରୋହଣ ପାଇଁ ଅଭିଯାନ ଆରମ୍ଭ କରୁଛନ୍ତି । ଏହି ସାକ୍ଷାତକାର ସମୟରେ ସଂସଦୀୟ ବ୍ୟାପାର ତଥା ସ୍ୱାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଉପସ୍ଥିତ ଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭାଙ୍କୁ ଫୁଲତୋଡା ଦେଇ ଶୁଭେଚ୍ଛା ଜଣାଇବା ସହିତ ସଫଳ ଆରୋହଣ ପାଇଁ ଆଶୀର୍ବାଦ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ତୁମର ସାହସିକ କାର୍ଯ୍ୟ ଆମ ଯୁବ ସମାଜ ପାଇଁ ଏକ ବଡ ପ୍ରେରଣା । ସଫଳତାର ସହ ୟୁରୋପ ଓ ରୁଷିଆର ଉଚ୍ଚତ୍ତମ ଶୃଙ୍ଗ ଆରୋହଣ କରି ତୁମେ ନିଜ ପାଇଁ ଓ ସାରା ରାଜ୍ୟ ପାଇଁ ନିଶ୍ଚୟ ସୁନାମ ଆଣିବ ବୋଲି ମୁଖ୍ୟମନ୍ତ୍ରୀ ଶୁଭକାମନା ଜଣାଇଥିଲେ ।

ସୂଚନାଯୋଗ୍ୟ ଯେ, ବିଭାରାଣୀ ତାଳଚେର ନିକଟସ୍ଥ ମେରାମୁଣ୍ଡଳୀର ଜଣେ ପର୍ବତାରୋହୀ । ସେ ୨୦୧୯ରେ ଲେହ୍‌ ଲାଦାଖ୍‌ର ମାଉଣ୍ଟ ଷ୍ଟକ୍ କଙ୍ଗ୍ରି ଓ ୨୦୨୩ରେ ଆଫ୍ରିକାର ମାଉଣ୍ଟ କିଲ୍‌ମାନ୍‌ଜାରୋ ଆରୋହଣ କରିଛନ୍ତି । ଏହା ସହିତ ୨୦୧୯ରେ ସେ ଆବୁଧାବୀ ଅନ୍ତର୍ଜାତୀୟ ୟୁଥ ଲିଡର ଭାବେ ମଧ୍ୟ ସମ୍ମାନିତ ହୋଇଛନ୍ତି । ସେ ଅନେକ ଜାତୀୟ ଓ ଅନ୍ତର୍ଜାତୀୟ ପୁରସ୍କାର ମଧ୍ୟ ପାଇଛନ୍ତି ।

You Can Read:

ଦିନରେ ଘର ଘର ବୁଲି ଖେଳଣା ବିକ୍ରି, ରାତି ଅଧରେ ଆସି ଚୋରି : ୯ ଆନ୍ତଃରାଜ୍ୟ ଚୋର ଗିରଫ

 

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.