ଆରମ୍ଭ ହେବ ଜୟଦେବ ବିହାରରୁ ନନ୍ଦନ କାନନ ଯାଏଁ ଫ୍ଲାଏ ଓଭର: ଆଇନମନ୍ତ୍ରୀ

Published By : Prameya-News7 Bureau | February 11, 2025 IST

ଭୁବନେଶ୍ୱର ୧୦/୦୨: ଖୁବଶୀଘ୍ର ଆରମ୍ଭ ହେବ ଜୟଦେବ ବିହାରରୁ ନନ୍ଦନ କାନନ ପର୍ଯ୍ୟନ୍ତ ଫ୍ଲାଏ ଓଭର କାର୍ଯ୍ୟ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି, ସରକାର ସେ ପ୍ରକଳ୍ପକୁ ଅନୁମତି ଦେଇ ସାରିଛନ୍ତି । ଖୁବଶୀଘ୍ର ଟେକ୍ନିକାଲ କାର୍ଯ୍ୟ ଆରମ୍ଭ ହେବ । 


ଜୟଦେବ ବିହାରରେ ଜାତୀୟ ରାଜପଥର ଯେଉଁ ଫ୍ଲାଏ ଓଭର ରହିଛି ତାକୁ ସଂଯୋଗ କରି ସେ ଫ୍ଲାଏ ଓଭର ନନ୍ଦନ କାନନ ପର୍ଯ୍ୟନ୍ତ ଯିବ । ମଝିରେ ମଝିରେ ଯେଉଁଠି ବଡ଼ ବଡ଼ ଛକ ଅଛି ସେଠି ଏସକେପ ୱେ ରହିବ । ଯେଉଁମାନେ ଉପରେ ଯାତାୟାତ କରୁଥିବେ ସେମାନଙ୍କ ପାଇଁ ତଳକୁ ଓହ୍ଲାଇବା ପାଇଁ କୌଣସି ଅସୁବିଧା ହେବ ନାହିଁ । ସବୁ ଦୃଷ୍ଟିକୁ ଆଖି ଆଗରେ ରଖି ଯୋଜନା କରାଯାଇଛି । 

ସେଠି ଯେଉଁ ରାସ୍ତା ତଳେ ଚାଲିଛି ଚାଲିବ ତାହା ସହ ଉପରେ ମଧ୍ୟ ୪ ଲେନ ରାସ୍ତା ନିର୍ମାଣ ହେବ । ଏଇ ରାସ୍ତା ଆଗାମୀ ଦିନରେ ଭୁବନେଶ୍ୱରର ଲାଇଫ ଲାଇନ ହେବ । ଆମେ ଆଶା ରଖିଛୁ ୨୦୨୭-୨୮ ସୁଦ୍ଧା ଏହି ପ୍ରକଳ୍ପରୁ ବଡ଼ ଭାଗ ଆମେ ଶେଷ କରି ଦେଇଥିବୁ । ସେହି ଯୋଜନା ନେଇ କାର୍ଯ୍ୟ କରାଯାଉଛି । 

also read...

ଚଳିବନି ଗାଡି ଚାଳକଙ୍କ ମନମାନି, ଵସ୍ ଓ ଟ୍ରକ୍‌ରେ ହର୍ଣ୍ଣ ବ୍ୟବହାର ଉପରେ କଟକଣା

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.