ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲେ ନବୀନ, କହିଲେ- ଗରିବ ଆଦିବାସୀଙ୍କ ଚାଉଳ ବନ୍ଦ କରିଛନ୍ତି, ସେମାନେ ଆମ୍ୱ ଟାକୁଆ ଖାଉଛନ୍ତି

Published By : Prameya-News7 Bureau | November 07, 2024 IST

ଭୁବନେଶ୍ବର ୭।୧୧: ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁବରଣ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ କହିଛନ୍ତି, ଆମର ୧୨ ବର୍ଷର ତପସ୍ୟାକୁ ବିଜେପି ସରକାର ଶୁଖୁଆ ପୋଡ଼ାରେ ସାରିଦେଲେ । ଆମ ସରକାର ଆରମ୍ଭ କରିଥିବା ବିକାଶମୂଳକ ଯୋଜନା ଲୋକଙ୍କୁ ବଞ୍ଚିବାକୁ ଶକ୍ତି ଦେଇଥିଲା । ଏବେ ବିନା କାରଣରେ ଗରିବ ଆଦିବାସୀ ଭାଇ ଭଉଣୀଙ୍କ ଚାଉଳକୁ ବନ୍ଦ କରିଛନ୍ତି । ସେମାନେ ଆମ୍ବ ଟାକୁଆ ଖାଉଛନ୍ତି । ଏହା ବହୁତ ଦୁଃଖର କଥା । ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ମାନେ ଚିକିତ୍ସିତ ହେଉଛନ୍ତି । 

ସେପଟେ ବିଜେଡ଼ିର ସଭ୍ୟ ସଂଗ୍ରହ ଅଭିଯାନ ସମ୍ପର୍କରେ କହିଛନ୍ତି, ଆନନ୍ଦର କଥା ଅକ୍ଟୋବରରୁ ଆରମ୍ଭ ହୋଇଥିବା ମେମ୍ବରସିପ୍ ଡ୍ରାଇଭ ଭଲରେ ଚାଲିଛି । ବହୁତ ଲୋକ ବିଜେଡିରେ ସାମିଲ ହେଉଛନ୍ତି । ସମସ୍ତଙ୍କୁ ମୁଁ ଦଳକୁ ସ୍ୱାଗତ କରୁଛି । ଯୁବ ଛାତ୍ର ମାନେ ମୋ ଦଳର ଭବିଷ୍ୟତ । ଆପଣ ମାନେ ସୋସିଆଲ ମିଡ଼ିଆରେ ଆକ୍ଟିଭ ରୁହନ୍ତୁ । ବିରୋଧୀଙ୍କ ଅପପ୍ରଚାରର କଡା ଜବାବ ଦିଅନ୍ତୁ । 

ଆମ ସରକାରଙ୍କ ଯୋଜନା ଅନ୍ୟ ମାନଙ୍କ ପାଇଁ ମଡେଲ ହୋଇଛି । ଭାରତ ସରକାର ଆମର ଅନେକ ଯୋଜନା ଗ୍ରହଣ କରିଛନ୍ତି । ଭୋଟ୍ ବ୍ୟାଙ୍କ ସୃଷ୍ଟି କରିବା କେବେ ଆମର ଲକ୍ଷ୍ୟ ନଥିଲା । ବିଜେପି ସରକାର ଲୋକଙ୍କ ସମସ୍ୟାକୁ ଅଣଦେଖା କରୁଛି । ବିଜେଡି ଓଡ଼ିଶାର ଏକ ନମ୍ବର ଦଳ । ଗତ ନିର୍ବାଚନରେ ଆମେ ଅଧିକ ଭୋଟ୍ ପାଇଛୁ । ବିଜେଡି ଲୋକଙ୍କ ହୃଦୟରେ ରହିଛି ବୋଲି ନବୀନ କହିଛନ୍ତି ।

You Can Read:

ଅନ୍ୟ ରାଜ୍ୟ ଗୁଡିକରେ ଦଣ୍ଡ ବିଧାନ ହାର ଅଧିକ ରହୁଥିବା ବେଳେ ଓଡ଼ିଶାରେ ଏତେ କମ୍ : ମୁଖ୍ୟମନ୍ତ୍ରୀ

 

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.