୨୪ରୁ ନୂଆ ରାସନ କାର୍ଡ ବାଣ୍ଟିବେ ସରକାର, ପୁରୀରୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | April 22, 2025 IST

ଭୁବନେଶ୍ୱର ୨୨।୦୪ : ଏପ୍ରିଲ ୨୪ରେ ନୂଆ ରାସନ କାର୍ଡ ବଣ୍ଟନ କରିବେ ସରକାର । ପଞ୍ଚାୟତିରାଜ ଦିବସ ଅବସରରେ ରାଜ୍ୟରେ ବଣ୍ଟା ଯିବ ନୂଆ ରାସନ କାର୍ଡ । ପୁରୀରୁ ଏହାର ଶୁଭାରମ୍ଭ କରିବେ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । 

ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏପ୍ରିଲ ୨୪ରେ ଶୁଭାରମ୍ଭ ପରେ ରାଜ୍ୟରେ ପର୍ଯ୍ୟାୟକ୍ରମେ ୫ ଲକ୍ଷ ୯୦ ହଜାର ନୂଆ କାର୍ଡ ବାଣ୍ଟିବେ ସରକାର । ଏଥିପାଇଁ ଜିଲ୍ଲାପାଳମାନଙ୍କୁ ମଙ୍ଗଳବାର ( ଏପ୍ରିଲ୍‌ ୨୨) ସୁଦ୍ଧା ନୂଆ କାର୍ଡ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପଟେ ଏବେ ବି ୨୫ ଲକ୍ଷ ହିତାଧିକାରୀ ଇକେଓ୍ୱାସି କରିନାହାନ୍ତି। ସେମାନଙ୍କୁ ଯାଞ୍ଚ କରିବା ପାଇଁ ଅଫିସରମାନଙ୍କୁ ଫିଲ୍ଡ ଭିଜିଟ କରି ରିପୋର୍ଟ ଦେବାକୁ କୁହାଯାଇଛି। ରିପୋର୍ଟ ଆସିବା ପରେ କେଉଁ ହିତାଧିକାରୀ ଅଛନ୍ତି, କିଏ ନାହାନ୍ତି, କଟାଯିବ। 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.