ଭୁବନେଶ୍ବର ୧୮।୪: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର । ହିତାଧିକାରୀଙ୍କୁ ମିଳିବ ରଙ୍ଗୀନ ରାସନ କାର୍ଡ । ବଣ୍ଟା ହେବ ନୂଆ ରାସନ କାର୍ଡ । ନୂଆ ରାସନ କାର୍ଡ ବଣ୍ଟନ ନେଇ ସରକାର ପକ୍ଷରୁ ବଡ଼ ଘୋଷଣା କରାଯାଇଛି । ଏ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ନୂଆ ରୂପରେ ଆସବ ରାସନ କାର୍ଡ । ରଙ୍ଗୀନ ହେବ ରାସନ କାର୍ଡ । ଯୋଗ୍ୟ ହିତାଧିକାରୀଙ୍କୁ ବଣ୍ଟା ହେବ ରାସନ କାର୍ଡ । ନୂଆ ରାସନ କାର୍ଡ ପ୍ରସ୍ତୁତ କରିବା ପାଇଁ ସମସ୍ତ ଜିଲ୍ଲାପାଳ ମାନଙ୍କୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ଏପ୍ରିଲ ୨୨ ତାରିଖ ସୁଦ୍ଧା ରାସନ କାର୍ଡ ପ୍ରସ୍ତୁତ କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ରହିଛି । ତେବେ କାର୍ଡ ଲାମିନେସନ ଓ ପ୍ରିଣ୍ଟ କରି ରଖିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ରହିଛି ।
You Can Read: