ଭୁବନେଶ୍ବର ୧୯।୧: AI କହିବ କେଉଁଠି ଅଛି କେଉଁ ଖଣି । ମାଟି ତଳେ ଥିବା ପ୍ରାକୃତିକ ସମ୍ପଦ ଖୋଜିବା ପାଇଁ ବ୍ୟବହାର ହେଉଛି ନୂଆ ଟେକ୍ନୋଲୋଜି । ଓଡ଼ିଶାର ମୟୁରଭଞ୍ଜ ଜିଲ୍ଲାରେ ଆରମ୍ଭ ହୋଇଛି ପାଇଲଟ୍ ପ୍ରକଳ୍ପ । ଦୀର୍ଘ ବର୍ଷ ଧରି ବନ୍ଦ ଥିବା କନ୍ଧମାଳ, ମାଲକାନଗିରି ଭଳି ଦକ୍ଷିଣ ଓଡ଼ିଶା ଜିଲ୍ଲାରେ ବି ଜୋର୍ ଧରିବ ଖଣିଜ ସର୍ଭେ । ଲିଥିୟମ୍, କପର ଭଳି କ୍ରିଟିକାଲ ମିନେରାଲ ଖୋଜା ଉପରେ ଗୁରୁତ୍ବ ଦେଉଛନ୍ତି ଭାରତ ସରକାର । ଓଡ଼ିଶାରେ ମଧ୍ୟ ଲିଥିୟମ୍ ଖୋଜୁଛି ଜିଓଲୋଜିକାଲ ସର୍ଭେ ଅଫ୍ ଇଣ୍ଡିଆ ।
ନୟାଗଡ଼ ଜିଲ୍ଲାର ମାଟି ତଳେ ଲିଥିୟମ୍ ଥିବା ସଙ୍କେତ ମିଳିଛି GSI । କୋଣାର୍କରେ ହେବାକୁ ଥିବା ଦୁଇ ଦିନିଆ ଖଣି ମନ୍ତ୍ରୀ ସମ୍ମିଳନୀ ପୂର୍ବରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି GSIର ବୋର୍ଡ ବୈଠକ । ସବୁ ରାଜ୍ୟର ଖଣି, GSI ଅଧିକାରୀ ମାନେ ଉପସ୍ଥିତ ଅଛନ୍ତି । ଓଡ଼ିଶାର ଖଣି ପରିଚାଳନା ସାରା ଦେଶ ପାଇଁ ମଡ଼େଲ ହୋଇଛି । ପ୍ରାୟ ୫୦ଭାଗ ଖଣିଜ ଯୋଗାଇ ଦେଶର ଖଣି ରାଜଧାନୀ ଭାବେ ପରିଚିତ ଓଡ଼ିଶାରେ ଏହି ବୈଠକ ଅନେକ ଗୁରୁତ୍ବ ବହନ କରୁଛି ବୋଲି କେନ୍ଦ୍ର ଖଣି ସଚିବ ଏଲ୍ କାନ୍ତା ରାଓ କହିଛନ୍ତି ।
You Can Read: