ରାଜ୍ୟରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୫ ପଜିଟିଭ ଚିହ୍ନଟ

Published By : Prameya-News7 Bureau | December 29, 2023 IST

ଭୁବନେଶ୍ୱର ୨୯/୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ଅକ୍ରାନ୍ତଙ୍କ ସଂଖ୍ୟା । ଆଜି ରାଜ୍ୟରେ ୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଛୁଇଁଛି । ପୂର୍ବରୁ ୩ ଜଣଙ୍କ ଠାରେ ପଜିଟିଭି ଚିହ୍ନଟ ହୋଇଥିବାବେଳେ ଆଜି ପୁଣି ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେପଟେ ଦେଶରେ ମଧ୍ୟ ବଢିଚାଲିଛି କରୋନା ପଜିଟିଭଙ୍କ ସଂଖ୍ୟା ।

ସୂଚନା ଥାଉକି, ଓଡିଶାରେ ବଢୁଛି କରୋନା ସଂକ୍ରମଣ । ଓଡିଶାରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଆଜି ରାଜ୍ୟରେ ଆହୁରି ୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୩ରେ ପହଁଚିଛି । ଗତକାଲି ମଧ୍ୟ ରାଜ୍ୟରେ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

wp:embed {"url":"https://www.prameyanews7.com/3-new-covid-positive-detect-in-odisha-last-24-hour/","type":"wp-embed","providerNameSlug":"prameya-news-7"}
https://www.prameyanews7.com/3-new-covid-positive-detect-in-odisha-last-24-hour/
/wp:embed

ସମସ୍ତ ଆକ୍ରାନ୍ତ ଘରୋଇ ସଙ୍ଗରୋଧରେ ରହିଛନ୍ତି । ଏସବୁ ଭିତରେ ରାଜ୍ୟରେ କରୋନାକୁ ନେଇ ସେଭଳି କିଛି ଆତଙ୍କିତ ହେବାର ନାହିଁ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ୍ ଥିବା ବେଳେ କେହି ସେମିତି ଗୁରୁତର ହୋଇନାହାନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.