ଭୁବନେଶ୍ୱର ୧୬।୦୨ : ଆସନ୍ତା ୧୯ ତାରିଖରୁ ୨୧ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ । ୧୯ରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଓ ସୁନ୍ଦରଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଗଞ୍ଜାମ, ଗଜପତି, କଟକ ଓ ଖୋର୍ଦ୍ଧାରେ ବର୍ଷା ହୋଇପାରେ ।
ଶନିବାର ବୌଦ୍ଧରେ ଦିନ ତାପମାତ୍ରା ସର୍ବାଧିକ ୩୬.୫ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି । ମାଲକାନଗିରିରେ ୩୫.୬, ଖୋର୍ଦ୍ଧାରେ ୩୫.୫, ପାରଳାଖେମୁଣ୍ଡିରେ ୩୫.୨ ଡିଗ୍ରୀ ତାତି ରେକର୍ଡ ହୋଇଛି । ଫୁଲବାଣୀରେ ରାତି ତାପମାତ୍ରା ସବୁଠୁ କମ୍ ବା ୯ ଡିଗ୍ରୀ ରେକର୍ଡ ହୋଇଥିଲା । ରବିବାରଠାରୁ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।