ଲୋକଙ୍କ ମୁଖ୍ୟମନ୍ତ୍ରୀ, ଲୋକଙ୍କ ସରକାର : ଏଣିକି ପ୍ରତିଦିନ ୨ ଘଣ୍ଟା ପାଇଁ ହେବ ଲୋକଙ୍କ ଅଭିଯୋଗ ଶୁଣାଣି

Published By : Prameya-News7 Bureau | June 21, 2024 IST

ଭୁବନେଶ୍ୱର ୨୧।୦୬ : ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଏଣିକି ପ୍ରତିଦିନ ହେବ ଲୋକଙ୍କ ଅଭିଯୋଗ ଶୁଣାଣି । ପ୍ରତିଦିନ ଅପରାହ୍ନ ୩ଟା ରୁ ୫ଟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବେ। 

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ। ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର  ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ।

ସୂଚନାଯୋଗ୍ୟ ଯେ, ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ଶ୍ରୀ ମୋହନ ଚରଣ ମାଝୀ ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖଦୁଃଖ ହେଉଛନ୍ତି ଏବଂ ଅଭିଯୋଗ ଗୁଡ଼ିକର ସମାଧାନ ପାଇଁ ଆଶ୍ଵାସନା ମଧ୍ୟ ଦେଉଛନ୍ତି। ଲୋକଙ୍କ ସମସ୍ୟା ସମାଧାନ ଦିଗରେ  ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି।

  • odisha
  • OdishaNews
  • Odisha Assembly
  • Odisha assembly election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.