ଭୁବନେଶ୍ୱର: ଆସନ୍ତା ଫେବ୍ରୁଆରୀ ୧୩ରୁ ଆରମ୍ଭ ହେବ ରାଜ୍ୟ ବଜେଟ୍ ଅଧିବେଶନ । ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ଏପ୍ରିଲ୍ ୫ତାରିଖ ଯାଏ ଚାଲିବ । ଫେବ୍ରୁଆରୀ ୧୩ରୁ ୨୧ ଯାଏଁ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ । ଏହାପରେ ଫେବ୍ରୁଆରୀ ୨୨ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଅଧିବେଶନ ବନ୍ଦ ରହିବ । ମାର୍ଚ୍ଚ ୭ରୁ ଏପ୍ରିଲ୍ ୫ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଚାଲିବ ।
ବିଧାନସଭା ସଚିବାଳୟ ପକ୍ଷରୁ ଜାରି କାର୍ଯ୍ୟସୂଚୀ ଅନୁସାରେ ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳଙ୍କ ଅଭିଭାଷଣ ହେବ । ଫେବ୍ରୁଆରୀ ୧୭ରେ ଅର୍ଥ ବିଭାଗ ପାଖରେ ରଖିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ । ମାର୍ଚ୍ଚ ୨୯ରେ ପାରିତ ହେବ ବ୍ୟୟ ମଞ୍ଜୁରି ବିଲ୍ ।