ଭୁବନେଶ୍ୱର 12/02 : ସ୍ମାର୍ଟ ହେବେ ବିଧାୟକ । ବିଧାନସଭା ହେଲା ପେପର ଲେସ୍ । ଏବେ ପେପର ନୁହେଁ ଟ୍ୟାବରେ ପଢିବେ ବିଧାୟକ। ବିଧାନସଭାରେ ୧୪୭ ବିଧାୟକଙ୍କ ଆସନରେ ଲାଗିଲା ଟ୍ୟାବ । ଆଉ ପ୍ରଶ୍ନୋତ୍ତର କିମ୍ଭା କୌଣସି ପ୍ରସ୍ତାବ କାଗଜ ଜରିଆରେ କରିବେ ନାହିଁ ବିଧାୟକ। ନେଭା ତରଫରୁ ଏହି ବ୍ୟବସ୍ଥା କରାଯାଇଛି । କିଛି ସମୟ ପରେ ମୁଖ୍ୟମନ୍ତ୍ରୀ ଏହାକୁ ଶୁଭରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।
ଆସନ୍ତାକାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ । ଏହା ପୂର୍ବରୁ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଆଜି ବସିଛି ସର୍ବଦଳୀୟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ସହ ସବୁ ଦଳର ବିଧାୟକ ବୈଠକରେ ସାମିଲ ହୋଇଥିଲେ । ଗୃହକୁ ସୁପରିଚାଳନା ନେଇ ଆଲୋଚନା କରିବେ ବାଚସ୍ପତି । ଏଥର ଦୁଇଟି ପର୍ୟ୍ୟାୟରେ ହେବ ବଜେଟ୍ ଅଧିବେଶନ । ପ୍ରଥମ ଅଧିବେଶନ ଆସନ୍ତାକାଲିଠୁ ଆରମ୍ଭ ହୋଇ ଫେବ୍ରୁଆରୀ ୨୧ ତାରିଖ ପର୍ୟ୍ୟନ୍ତ ଚାଲିବ । ୧୭ ତାରିଖରେ ଉପସ୍ଥାପନ ହେବ ରାଜ୍ୟ ବଜେଟ୍ । ସେହିପରି ଦ୍ବିତୀୟ ପର୍ୟ୍ୟାୟ ଅଧିବେଶନ ମାର୍ଚ୍ଚ ୭ରୁ ଆରମ୍ଭ ହୋଇ ଏପ୍ରିଲ ୫ ତାରିଖ ପର୍ୟ୍ୟନ୍ତ ଚାଲିବ ।
Also Read- ତମେ ମୋ କଥା ଶୁଣିଲନି…ମୁଁ ଯାଉଛି…ଏମିତି ଚିଠି ଲେଖି ବିଷ ପିଇଦେଲେ ସଂଜୁଲତା