ବୁଧବାର ବସୁଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର

Published By : Prameya-News7 Bureau | July 24, 2024 IST

ଭୁବନେଶ୍ବର ୨୪: ବୁଧବାର ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ବୁଧବାର ରାତି ୮ଟା ୩୦ରେ ବସିବ କ୍ୟାବିନେଟ୍ ବୈଠକ । ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର ।

ସେପଟେ ବିଧାନସଭା ଅଧିବେଶନର ବୁଧବାର ତୃତୀୟ ଦିନ । ତୃତୀୟ ଦିନରେ ମଧ୍ୟ ଗୃହ ସରଗରମ ହେବା ସମ୍ଭାବନା ରହିଛି । ଦୁଇ ଦିନ ଧରି ଦୁଇ ବିରୋଧୀ ବିଜେଡି ଓ କଂଗ୍ରେସ ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରୁଛନ୍ତି । ତୃତୀୟ ଦିନରେ ମଧ୍ୟ ଏହି ପ୍ରସଙ୍ଗ ନେଇ ସରଗରମ ହୋଇପାରେ ଗୃହ । 

ଅନ୍ଯପଟେ ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ । ଏଥିପାଇଁ ଏକମାତ୍ର ପ୍ରାର୍ଥୀ ଭାବେ ବିଜେପିର ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ ନାମାଙ୍କନ ଦାଖଲ କରିଛନ୍ତି । ଏହାସହ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ । ବିଧାନସଭା ଅଧିବେଶନର ତୃତୀୟ ଦିନରେ କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ଯାଣ, ଶକ୍ତି, ସମବାୟ, ମତ୍ସ୍ଯ ଓ ପ୍ରାଣୀ ସମ୍ପଦ ବିକାଶ, ବୟନ ଶିଳ୍ପ, ହସ୍ତତନ୍ତ ଓ ହସ୍ତଶିଳ୍ପ, ଏମଏସଏମଇ, ବିଜ୍ଞାନ ଓ କାରିଗରୀ ବିଭାଗର ପ୍ରଶ୍ନକାଳ ରହିଛି । ବିରୋଧୀ କଂଗ୍ରେସ ପକ୍ଷରୁ ମୁଲତବୀ ପ୍ରସ୍ତାବ ଦିଆଯାଇଛି ।

You Can Read:

ଲଗାଣ ବର୍ଷାରେ ଗାଁ ଜଳବନ୍ଦୀ, ବିଦ୍ୟୁତ ତାର ସହାୟତାରେ ନଦୀ ପାର ହେଉଛନ୍ତି ଲୋକେ

  • odisha
  • OdishaNews
  • Odisha Assembly
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.