ରବିବାରଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Published By : Prameya-News7 Bureau | October 06, 2024 IST

Cm Mohan Majhi

ଭୁବନେଶ୍ୱର ୦୬।୧୦ : ପୁଣି ଦିଲ୍ଲୀ ଗସ୍ତରେ ଯିବ ମୁଖ୍ୟମନ୍ତ୍ରୀ । ରବିବାରଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମାଓ ମୁକାବିଲା ବୈଠକରେ ହେବେ ସାମିଲ । 

ଖବର ଅନୁଯାୟୀ, ଓଡିଶୀ ସୀମାନ୍ତ ଛତିଶଗଡ଼ ଦାନ୍ତେଓ୍ୱାଡାରେ କୁମ୍ବିଂ ଅପରେସନ୍‌ରେ ୩୬ ମାଓବାଦୀଙ୍କୁ ନିହତ କରିଥିଲେ ସୁରକ୍ଷାକର୍ମୀ । ଯାହାଫଳରେ ମିଶନ-୨୬କୁ ମିଳିଛି ବଡ଼ ସଫଳତା । ଆଗାମୀ ଦିନରେ  ମାଓ ବିରୋଧୀ ଅଭିଯାନକୁ ଜୋରଦାର କରାଯିବ । ଏନେଇ ଗୃହମନ୍ତ୍ରୀ ଅମିତ ଶାହା ସୋମବାର ଦିନ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଯେଉଁଥିରେ ଓଡିଶା ସମେତ ୮ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସାମିଲ ହେବେ । ବୈଠକରେ ବିଭିନ୍ନ ରାଜ୍ୟରେ ଚାଲିଥିବା ନକ୍ସଲ ଦମନ ଅଭିଯାନ ଓ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା ହେବ । 

ତେବେ ଏହି ବୈଠକ ଲାଗି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ରବିବାର ଦିନ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ସେଠାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ସାମିଲ ହେବା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.