କେମିତି ହେବ ବାତ୍ୟା ‘ଦାନା’ ମୁକାବିଲା? ଅପରାହ୍ନ ୪ଟାରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

Published By : Prameya-News7 Bureau | October 21, 2024 IST

ଭୁବନେଶ୍ବର ୨୧/ ୧୦:  ସମ୍ଭାବ୍ୟ ବାତ୍ୟା ମୁକାବିଲା ଚିନ୍ତା । ଅପରାହ୍ନ ୪ଟାରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ବାତ୍ୟା ଦାନାକୁ ନେଇ ସଜାଗ ରାଜ୍ୟ ସରକାର । ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ପ୍ରଶାସନିକ ସ୍ତରରେ ଘନ ଘନ ବୈଠକ ଚାଲିଥିବାବେଳେ ଅପରାହ୍ନ ୪ଟାରେ ବାତ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନରେ ଆୟୋଜିତ ବୈଠକରେ ରାଜସ୍ୱ ମନ୍ତ୍ରୀ, ମୁଖ୍ୟ ସଚିବ, SRC ଓ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହିବେ ।

ଏହା ପୂର୍ବରୁ ବାତ୍ୟା ମୁକାବିଲା ନିମନ୍ତେ ପ୍ରସ୍ତୁତି ରିପୋର୍ଟକୁ SRCଙ୍କ ନିକଟରେ ଦାଖଲ କରିବାକୁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ଏହି ଜିଲ୍ଲାପାଳମାନେ ବୈଠକ ସମୟରେ ଭିଡିଓ କନଫରେନ୍ସିଂରେ ଉପସ୍ଥିତ ରହିବେ। 

ପୂର୍ବାହ୍ନ ୧୧ଟାରେ ମୁଖ୍ୟ ସଚିବ ଡାକିଥିଲେ ଜରୁରୀ ବୈଠକ । SRCଙ୍କ କାର୍ଯ୍ୟାଳୟରେ ବସିଥିବା ବୈଠକରେ SRC ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ। ଏହାପରେ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବାତ୍ୟା ସ୍ଥିତିର ସମୀକ୍ଷା କରିବେ ବୋଲି ଜଣାଯାଇଛି। ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡଫଲ୍‌ କଲେ ଜିରୋ କାଜୁଆଲଟି ସାଙ୍ଗକୁ କିପରି କ୍ଷୟକ୍ଷତିକୁ କମ୍‌ କରିହେବ ତା’ ଉପରେ ଗୁରୁତ୍ୱ ଦିଆଯାଉଛି।  


ସୋମବାର ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ମଙ୍ଗଳବାର ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ। ୨୪ ତାରିଖ ସକାଳେ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।  ପ୍ରଭାବରେ ଆସନ୍ତା ୨୩ରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। 

 

 

 

 

 

  • Cyclone Dana
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.