ଜରୁରୀକାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ପେନସନ୍‌, ମେଡିକାଲ ଖର୍ଚ୍ଚ ବହନ କରିବେ ସରକାର

Published By : Prameya-News7 Bureau | January 13, 2025 IST

News7

ନୂଆଦିଲ୍ଲୀ:  ଜରୁରୀକାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ୨୦ ହଜାର ଟଙ୍କାର ପେନସନ। ସଂଗ୍ରାମୀ ମାନଙ୍କ ସମସ୍ତ ମେଡିକାଲ୍ ଖର୍ଚ୍ଚ  ବହନ କରିବେ ରାଜ୍ୟ ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଓଡିଶା ସରକାରଙ୍କ ପକ୍ଷରୁ ଦେଶର ଜରୁରୀ କାଳୀନ ପରିସ୍ଥିତିରେ ମିସା, ଡିଆଇଆର ଏବଂ ଡିଆଇଏସଆଇଆର ଆଇନରେ  ବିଭିନ୍ନ ଜେଲରେ ବନ୍ଦୀଥିବା ସଂଗ୍ରାମୀ ମାନଙ୍କୁ  ମାସକୁ ୨୦ ହଜାର ଟଙ୍କାର ପେନସନ ମିଳିବ। ମୁଖ୍ୟମନ୍ତ୍ରୀ ଏ ବିଷୟରେ ଘୋଷଣା କରିଥିଲେ। ଆଜି ଏ ସଂପର୍କରେ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। 

ପେନସନ ସହିତ ସମସ୍ତ ସଂଗ୍ରାମୀ ମାନଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ରାଜ୍ୟ ସରକାର ବହନ କରିବେ। ୧ ଜାନୁଆରୀ ୨୦୨୫ ସୁଦ୍ଧା ଜୀବିତ ଥିବା ସବୁ ସଂଗ୍ରାମୀ ଏହି ପେନସନ ଓ ଚିକିତ୍ସା ସୁବିଧା ପାଇବେ। ସୂଚନାଯୋଗ୍ୟ ୨୫ ଜୁନ୍ ୧୯୭୫ରୁ  ୨୧ ମାର୍ଚ୍ଚ ୧୯୭୭ ମସିହା ପର୍ଯ୍ୟନ୍ତ ଦେଶର ଜରୁରୀ କାଳୀନ ପରିସ୍ଥିତିକୁ ବିରୋଧ କରି ଅନେକ ସଂଗ୍ରାମୀ ଦେଶର ବିଭିନ୍ନ ଜେଲରେ ବନ୍ଦୀ ହୋଇଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.