ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: OSRTC ବସ୍ ଓଲଟି ୨ ମୃତ, ୧୦ରୁ ଅଧିକ ଆହତ, ସହୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | January 26, 2025 IST

ଅନୁଗୋଳମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା OSRTC ଯାତ୍ରୀବାହୀ ବସ୍ । ରବିବାର ବାରିପଦାରୁ ଅନୁଗୋଳ ଆସୁଥିବା ବସ୍‌ଟି ମଲ ଥାନା ଗହମ ଆଶ୍ରମ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି। 

ସେପଟେ ଘଟଣାରେ ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି । ଏହା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। 

You Can Read:

ମୃତ ଛାତ୍ରଙ୍କ ପରିବାର ପ୍ରତି ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ, ୫ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.