ଗଜପତି ୨୯।୫: ଗଜପତିରେ ହୋମଗାର୍ଡ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ବେଳେ ଅଘଟଣ । ଜଣେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତକ ଜଣକ ହେଲେ ରାମଗିରି ଥାନା ଅନ୍ତର୍ଗତ ପରିସଲ ଗ୍ରାମର ସୁଲନ୍ତ ମିଶାଲ ।
ସୂଚନାଯୋଗ୍ୟ ଯେ, ଗୁରୁବାର ସକାଳୁ ହୋମଗାର୍ଡ ପାଇଁ ଶାରିରୀକ ପରୀକ୍ଷା ଆରମ୍ଭ ହୋଇଥିଲା । ରାଣିପେଣ୍ଠ ଠାରୁ ପଦ୍ମପୁର ଦୁଇ କି.ମି. ରାସ୍ତାରେ ସକାଳୁ ଦୌଡ ପରୀକ୍ଷା ଚାଲିଥିବା ବେଳେ ଏଭଳି ଅଘଟଣ ଘଟିଛି । ଦୌଡ଼ିବା ସମୟରେ ଏମାନେ ହଠାତ ତଳେ ପଡ଼ିଯିବା ପରେ ଗୁରୁତର ହୋଇ ପଡ଼ିବାରୁ ସେମାନଙ୍କୁ ତୁରନ୍ତ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ସୁଲନ୍ତଙ୍କୁ ମୃତ ଘୋଷଣା କରିଥିଲେ । ଅନ୍ୟ ୭ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ଆହତ ମାନେ ହେଲେ ପାରଳାଖେମୁଣ୍ଡିର ପି.ବାବୁଜୀ, ଗୁମ୍ମାର ଅର୍ଫନ ପାଣି, ଗୋଷାଣୀର ସଞ୍ଜୟ ଶବର, କାଶୀନଗରର ବାଳକୃଷ୍ଣ ଲିମ୍ମା, ନାରାୟଣପୁରର ଦୀପକ ପାଡାଲ, ଗୁରାଣ୍ଡିର ଶିବ ପ୍ରସାଦ ମହାପାତ୍ର । ଅନ୍ୟ ୨ ଜଣ ଆହତଙ୍କ ପରିଚୟ ମିଳି ପାରିନାହିଁ ।
You Can Read:
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କଲେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ