ଟ୍ରକକୁ ଧକ୍କା ଦେଲା ବସ୍ : ଦୁର୍ଘଟଣାରେ ଜଣେ ଯାତ୍ରୀ ମୃତ, ତିନି ଗୁରୁତର

Published By : Prameya-News7 Bureau | September 30, 2024 IST

ଯାଜପୁର ୩୦।୦୯ : ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଟ୍ରକକୁ ଧକ୍କା ଦେଲା ବସ୍‌ । ଯେଉଁଥିରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଦୁଇ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । 

ଖବର ଅନୁଯାୟୀ, ବିଳମ୍ବିତ ରାତିରେ ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥରେ ଘଟିଲା ଅଘଟଣ । ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକକୁ ଧକ୍କା ଦେଇଥିଲା ‘ରାଜା’ ନାମକ ଏକ ଯାତ୍ରୀବାହୀ ବସ୍‌ ।ବାରିପଦାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା ବସ୍‌ । ଏହି ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛି । ଏହାସହିତ ବସ୍‌ରେ ଥିବା ଆଉ ୨୦ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରାଯାଇ ବିଭିନ୍ନ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ସାମାନ୍ୟ ଆହତ ଥିବା ଯାତ୍ରୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛଡ଼ାଯାଇଛି । ଏହାସହିତ ଗୁରୁତର ଥିବା ଦୁଇ ଯାତ୍ରୀଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ସେପଟେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହାସହିତ ଦୁର୍ଘଟଣା ଘଟାଇଥିବା ବସ୍‌କୁ ପୋଲିସ ଜବତ କରିଛି । 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.