ରାସ୍ତା ପାର୍ ହେଉଥିଲେ ଯୁବକ, ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଜୀବନ

Published By : Prameya-News7 Bureau | February 25, 2025 IST

ପାଟଣା ୨୫।୦୨ : ଧକ୍କା ଦେଲା ଅଜଣା ଗାଡ଼ି । କେନ୍ଦୁଝର ଜିଲ୍ଲା ଜାତୀୟ ରାଜପଥ ୪୯ ହାତିବାରୀ ନିକଟରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିନାହିଁ । 

ଖବର ଅନୁଯାୟୀ, ୪୯ ନମ୍ବର ଜାତୀୟ ରାଜପଥ ହାତିବାରୀ ନିକଟରେ ଜଣେ ଯୁବକ ରାସ୍ତା ପାର୍‌ ହେଉଥିଲେ । ଏହି ସମୟରେ ଦ୍ରୁତ ଗତିରେ ଆସିୁଥିବା ଏକ ଅଜଣା ଗାଡି ଧକ୍କା ଦେଇଥିଲା । ଯାହାଫଳରେ ଯୁବକଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ଘଟାଇ ଗାଡିଟି ଘଟଣାସ୍ଥଳରୁ ଫେରାର ମାରିଥିଲା । ସେପଟେ ଦୁର୍ଘଟଣା ଖବର ପାଇ ତୁରୁମୁଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହାସହିତ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି ପୋଲିସ । 

  • prameyanews7
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.