ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ‘ସୁଭଦ୍ରା’ ଖାତାକୁ ପଠାଗଲା ୧ ଟଙ୍କା

Published By : Prameya-News7 Bureau | September 15, 2024 IST

ଭୁବନେଶ୍ୱର ୧୫।୦୯ : ସୁଭଦ୍ରା ଖାତାକୁ ଗଲା ୧ ଟଙ୍କା । ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ଲେଖାଏଁ ପଠାଯାଇଛି । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । 

ସେ ଆହୁରି ମଧ୍ୟ କହିଛନ୍ତି ଯେ, ପରୀକ୍ଷା ମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ଲେଖାଏଁ ଯାଇଛି। ଶେଷ ଯୋଗ୍ୟ ମହିଳାଙ୍କ ପର୍ଯ୍ୟନ୍ତ ଯୋଜନା ନପହଞ୍ଚିବା ଯାଏଁ ରେଜିଷ୍ଟ୍ରେସନ୍ ଚାଲିବ। ୧୭ ତାରିଖକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ। ପ୍ରାଥମିକ ଭାବେ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ଏହି ଟଙ୍କା ଆକାଉଣ୍ଟକୁ ଯିବ। ୧୭ ତାରିଖ ପରେ ବି ରେଜିଷ୍ଟ୍ରେସନ ହୋଇଥିବା ଆକାଉଣ୍ଟକୁ ପ୍ରଥମ କିସ୍ତି ଯିବ। ଏବେ ଯାଏଁ ୬୦ ଲକ୍ଷ ମହିଳା ପଞ୍ଜିକରଣ କରିସାରିଲେଣି। ୧ କୋଟିରୁ ଅଧିକ ମହିଳାଙ୍କୁ ସାମିଲ ହେବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।

ସୂଚନାଯୋଗ୍ୟ ଯେ, ସୁଭଦ୍ରା ଯୋଜନା ଶୁଭାରମ୍ଭ ପୂର୍ବରୁ ରାଜ୍ୟର ୧୦ ହଜାର ସ୍ଥାନରେ ସୁଭଦ୍ରା ସ୍ୱାଗତ ପଦଯାତ୍ରା ଆରମ୍ଭ ହୋଇଛି। ଏନେଇ ସଚେତନ ରାଲି ସପ୍ତାହ ପର୍ଯ୍ୟନ୍ତ ଗାଁଠୁ ସହର ଚାଲିବ।   ଆସନ୍ତା ୧୭ ତାରିଖ ଅର୍ଥାତ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା ସହ ସହାୟତା ରାଶି ବଣ୍ଟନ କରାଯିବ। ୧୭ ତାରିଖ ପରେ ବି ରେଜିଷ୍ଟ୍ରେସନ ଚାଲିବ। ଆକାଉଣ୍ଟକୁ ପ୍ରଥମ କିସ୍ତି ଯିବ। ଏବେ ଯାଏଁ ୫୦ ଲକ୍ଷ ମହିଳା ପଞ୍ଜିକରଣ କରିସାରିଲେଣି। ୧ କୋଟି ରୁ ଉର୍ଦ୍ଧ ମହିଳାଙ୍କୁ ସାମିଲ ହେବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.