ଚଳିତ ବିଧାନସଭାରେ ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ, ବିରୋଧୀ ଦଳ ବିରୋଧୀ ଭୂମିକା ନିଭାନ୍ତୁ : ବାଚସ୍ପତି

Published By : Prameya-News7 Bureau | January 23, 2025 IST

ଭୁବନେଶ୍ବର ୨୩୧: ଆସନ୍ତା ଫେବୃଆରୀ ୧୩ ତାରିଖରୁ  ଆରମ୍ଭ ହେବ ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ । ୧୩ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ରହିବ । ୧୪ ଓ ୧୫ ତାରିଖ ଦୁଇ ଦିନ ଧରି ଅଭିଭାଷଣ ସମ୍ପର୍କିତ ଆଲୋଚନା ରହିବ ବୋଲି ବାଚସ୍ପତି ସୁରମା ପାଢ଼ୀ କହିଛନ୍ତି । ମୋଟ୍ ୨୮ ଦିନର କାର୍ଯ୍ୟଦିବସ ରହିବ । ୨୮ ଦିନ ଭିତରେ ୩ ଦିନ ସରକାରୀ ଓ ୩ ଦିନ ବେସରକାରୀ କାର୍ଯ୍ୟଦିବସ ରହିବ । 

ଫେବ୍ରୁଆରୀ ୧୩ରୁ ବିଧାନସଭା ବଜେଟ୍ ଅଧିବେଶନ, ୧୭ରେ ବଜେଟ୍ ଉପସ୍ଥାପନ

୧୭ ତାରିଖରେ ଆଗତ ହେବ ବଜେଟ୍ । ବଜେଟ୍ ଉପରେ ବିସ୍ତୃତ ଆଲୋଚନା ହେବ । ୨୦ ଓ ୨୧ରେ ବଜେଟ୍ ଉପରେ ସାଧାରଣ ଆଲୋଚନା ରହିଛି । ୨୨ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାୟୀ କମିଟି ଦ୍ୱାରା ବଜେଟ୍ ଉପରେ ନିରୀକ୍ଷକ ପାଇଁ ନିର୍ଦ୍ଧାରଣ କରାଯାଇଛି । ୭ ମାର୍ଚ୍ଚରେ ସ୍ଥାୟୀ କମିଟି ରିପୋର୍ଟ ଉପସ୍ଥାପନା ହେବ । ୧୦ ମାର୍ଚ୍ଚରୁ ଖର୍ଚ୍ଚ ଦାବି ସମ୍ପର୍କିତ ଆଲୋଚନା ହେବ । ୨୯ ତାରିଖରେ ବିନିଯୋଗ ବିଲ୍ ଉପସ୍ଥାପନ ହେବ, ବଜେଟ୍ ପାରିତ ହେବ । 

ସରକାରୀ ଦଳ ବଜେଟ୍ ଉପସ୍ଥାପନା କରିବେ । ବିରୋଧୀ ଦଳଙ୍କର ଯଦି କୌଣସି ବିଷୟ ଉପସ୍ଥାପନ କରିବାର ଥିବ ଗଠନମୂଳକ ପରାମର୍ଶ ଦେଲେ ଉପାଦେୟ ହେବ । ବିରୋଧୀ ମାନେ ବିରୋଧାଭାସ କଲେ, ବିଶୃଙ୍ଖଳା କଲେ ଚଳିତ ବିଧାନସଭାରେ ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ । ବିରୋଧୀ ଦଳ ବିରୋଧୀ ଭୂମିକା ନିଭାନ୍ତୁ । ଗଠନମୂଳକ ପରାମର୍ଶ ଦିଅନ୍ତୁ । ସମୟ ଅଛି ସର୍ବଦଳୀୟ ବୈଠକ ଡକାଯିବ । ଏ ନେଇ ତାରିଖ ସ୍ଥିର ହୋଇନି ବୋଲି ବାଚସ୍ପତି ସୁରମା ପାଢ଼ୀ କହିଛନ୍ତି ।


ସୂଚନାଯୋଗ୍ୟ ଯେ, ଆସନ୍ତା ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହେବ ରାଜ୍ୟ ବଜେଟ୍ ଅଧିବେଶନ । ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ଅପ୍ରେଲ ୫ ତାରିଖ ଯାଏଁ ଚାଲିବ । ଫେବୃଆରୀ ୧୩ରୁ ୨୧ ତାରିଖ ଯାଏଁ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ । ଏହାପରେ ଫେବୃଆରୀ ୨୨ରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଅଧିବେଶନ ବନ୍ଦ ରହିବ । ମାର୍ଚ୍ଚ ୭ରୁ ଅପ୍ରେଲ ୫ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଚାଲିବ । 

ବିଧାନସଭା ସଚିବାଳୟ ପକ୍ଷରୁ ଜାରି କାର୍ଯ୍ୟସୂଚୀ ଅନୁସାରେ ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳଙ୍କ ଅଭିଭାଷଣ ହେବ । ଫେବୃଆରୀ ୧୭ ତାରିଖରେ ଅର୍ଥ ବିଭାଗ ପାଖରେ ରଖିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ । ମାର୍ଚ୍ଚ ୨୯ରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍ ।

You Can Read:

ସୁରକ୍ଷାକର୍ମୀଙ୍କୁ ସଫଳତା, ମାଲକାନଗିରି ସୀମାନ୍ତରୁ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.