ଭୁବନେଶ୍ୱର ୩୧।୦୭ : ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷିବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।
ତେବେ ସୋମବାର ଦିନ ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁର ଆଦି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସତର୍କ ରହିବାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ମଙ୍ଗଳବାର ପାଇଁ ପୁରୀ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ଅତିପ୍ରବଳ ବର୍ଷିବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୨ ତାରିଖ ଦିନ ବି ରାଜ୍ୟର ବିଭିନ୍ନ ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ। ୩ରୁ ବର୍ଷାର ପରିମାଣ କମିବ। କିନ୍ତୁ ୩ ଓ ୪ ତାରିଖରେ ବର୍ଷା ଜାରି ରହିବ।
ଅଧିକ ପାଣିପାଗ ସଂପର୍କୀତ ଖବର ପଢନ୍ତୁ....