ବୁଧବାରଠୁ ପିତୃପକ୍ଷ ଆରମ୍ଭ, ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ଓ ପିଣ୍ଡଦାନ

Published By : Prameya-News7 Bureau | September 18, 2024 IST

ପୁରୀ ୧୮।୯: ଆଶ୍ବୀନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି । ବୁଧବାର ଠାରୁ ପିତୃପକ୍ଷ ଆରମ୍ଭ ହୋଇଥିବା ବେଳେ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ତୀର୍ଥ ପୁଷ୍କରିଣୀ ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ଗହଳି ଦେଖିବାକୁ ମିଳିଛି । ବହୁ ଲୋକ ନିଜ ନିଜ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରୁଛନ୍ତି । 

ସେହିପରି ସକାଳୁ ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ମଧ୍ୟ ଭିଡ଼ ଦେଖିବାକୁ ମିଳିଛି । ଶ୍ରଦ୍ଧାଳୁ ମାନେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିବା ସହ ତର୍ପଣ କରୁଛନ୍ତି । ଦୀର୍ଘ ୧୫ ଦିନ ଧରି ପିତୃପୁରୁଷ ମାନଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧିରହିଥିବା ବେଳେ ଆସନ୍ତା ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ପିତୃପକ୍ଷ ଚାଲୁ ରହିବ ।

You Can Read:

ହାତ ବନ୍ଧା ଅବସ୍ଥାରେ ନାବାଳିକାଙ୍କ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.