ଜନ୍ମଦିନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ

Published By : Prameya-News7 Bureau | September 11, 2024 IST

ଭୁବନେଶ୍ୱର ୧୧/୦୯: ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଅର୍ଥାତ୍ ସେପ୍ଟେମ୍ୱର ୧୭ରେ ସେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି । ଜନତା ମୈଦାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ । ତେବେ ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । 

ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବେ ମୋଦୀ । ତେବେ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ପରେ ସେଠାରୁ ସେ ଜନତା ମଇଦାନ ଯିବେ । ପରେ ଦିନ ଗୋଟାେ ସୁଦ୍ଧା କାର୍ଯ୍ୟକ୍ରମ ସାରି ସେ ପୁଣି ଦିଲ୍ଲୀ ଫେରିବାର କାର୍ଯ୍ୟକ୍ରମ ରହିଛି ।   

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.