ପ୍ରବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ : ଜଗନ୍ନାଥ ଓ ଲିଙ୍ଗରାଜଙ୍କ ଭୂମିରେ ଆପଣଙ୍କୁ ସ୍ବାଗତ, ସାରା ବିଶ୍ୱ ଦେଖୁଛି ଭାରତର ବିକାଶ

Published By : Prameya-News7 Bureau | January 09, 2025 IST

ଭୁବନେଶ୍ୱର ୦୯।୦୧ : ଜନତା ମଇଦାନରେ ପ୍ରଧାନମନ୍ତ୍ରୀ । ପ୍ରବାସୀ ଭାରତୀୟ ଦିବସର ୨ୟ ଦିନରେ ପହଞ୍ଚି ଏହି ସମ୍ମେଳନ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ପ୍ରଧାନମନ୍ତ୍ରୀ ପ୍ରବାସୀ ଭାରତୀୟ ଏକ୍ସପ୍ରେସ୍‌ର ଶୁଭାରମ୍ଭ କରିଛନ୍ତି । ଭିସି ଜରିଆରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ । 

ପ୍ରଧାନମନ୍ତ୍ରୀ ପ୍ରବାସୀଙ୍କୁ ଉଦବୋଧନ ଦେଇ କହିଛନ୍ତି ଯେ, ଜଗନ୍ନାଥ ଓ ଲିଙ୍ଗରାଜଙ୍କ ଭୂମିରେ ଆପଣଙ୍କୁ ସ୍ଵାଗତ। କିଛି ଦିନ ପରେ ମହାକୁମ୍ଭ ଆରମ୍ଭ ହେବାକୁ ଯାଉଛି। ପୋଙ୍ଗଲ, ବିହୁ ମଧ୍ୟ ପାଳନ ହେବ। ଏଥିପାଇଁ ସବୁଠି ଉତ୍ସବର ବାତାବରଣ। ଓଡ଼ିଶା ସମୃଦ୍ଧ ଐତିହ୍ୟର ପ୍ରତିବିମ୍ବ। ଖଣ୍ଡଗିରି, ଉଦୟଗିରି, କୋଣାର୍କ ଦେଖିଲେ ଗର୍ବ ଅନୁଭବ ହୁଏ। ସମୁଦ୍ର ଯାତ୍ରା କରି ଓଡ଼ିଶାର ବଣିକମାନେ ବିଦେଶ ଯାଉଥିଲେ। ଏହାକୁ ସ୍ମରଣ ପାଇଁ ବାଲିଯାତ୍ରା ହୁଏ। ଧଉଳି ଶାନ୍ତିର ପ୍ରତୀକ। ସମ୍ରାଟ ଅଶୋକ ଏଠାରେ ଧର୍ମାଶୋକରେ ପରିଣତ ହୋଇଥିଲେ। ଭବିଷ୍ୟତ ଯୁଦ୍ଧରେ ନୁହେଁ ବୁଦ୍ଧରେ ଚାଲିବ। 

ସେ ଆହୁରି ମଧ୍ୟ କହିଛନ୍ତି ଯେ, ମୁଁ ଆପଣମାନଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛି। କାରଣ ଆପଣମାନଙ୍କ ପାଇଁ ବିଦେଶରେ ମୁଁ ଗର୍ବ ଅନୁଭବ କରେ। ଭାରତୀୟ ଯେଉଁଠି ଯାଆନ୍ତି ସେଠାର ନିୟମ ସହ ଯୋଡ଼ି ହୋଇଯାଆନ୍ତି। ଭାରତ ଅର୍ଥନୀତିରେ ଦଶମରୁ ପଞ୍ଚମ ସ୍ଥାନକୁ ଉଠିଛୁ। ଭାରତ ବିଶ୍ଵରେ ପଞ୍ଚମ ବୃହତ ଅର୍ଥନୀତି ହୋଇଛି। ଖୁବଶୀଘ୍ର ବିଶ୍ଵ ଅର୍ଥନୀତିରେ ତୃତୀୟ ସ୍ଥାନକୁ ଉନ୍ନୀତ ହେବୁ। ଭାରତ ଆଜି ଫାଇଟର୍ ଜେଟ୍ ନିର୍ମାଣ କରୁଛି। ଭାରତ କଥାକୁ ଆଜି ପୁରା ବିଶ୍ଵ ଶୁଣୁଛି। 


  • PravasiBharatiyaDivas2025
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.