ଆସନ୍ତା ୧୭ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ

Published By : Prameya-News7 Bureau | August 25, 2024 IST

ପୁରୀ ୨୫: ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ପୁରୀ ସାଂସଦ ସମ୍ବିତ ପାତ୍ର, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ର ମଧ୍ୟ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ତେବେ ଦର୍ଶନ ସାରି ଫେରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସୁଭଦ୍ରା ଯୋଜନା ମାଧ୍ୟମରେ ଓଡ଼ିଶାର ମହିଳା ମାନଙ୍କୁ ସଶକ୍ତ କରାଯିବ । ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସି ଏହି କାର୍ଯ୍ୟକ୍ରମର ଉଦଘାଟନ କରିବା ସହ ହିତାଧିକାରୀଙ୍କ ଆକାଉଣ୍ଟକୁ ଅର୍ଥ ପ୍ରଦାନ କରିବେ। ପୁରୀକୁ ଅତ୍ୟାଧୁନିକ ଆଧ୍ୟାତ୍ମିକ ସହର ଭାବେ ଗଢି ତୋଳିବା ପାଇଁ ଯାହା କିଛି ଆବଶ୍ୟକତା ରହିଛି ସବୁକିଛି ପଦକ୍ଷେପ ସରକାର ନେବେ। ସେହିପରି ଶ୍ରୀମନ୍ଦିର ରତ୍ନଭଣ୍ଡାର ମଧ୍ୟ ଯାଞ୍ଚ ଏବଂ ରତ୍ନ ଅଳଙ୍କାରର ଗଣତି ମଣତି ମଧ୍ୟ ରାଜ୍ୟ ସରକାରଙ୍କ ଦ୍ବାରା ଆଗାମୀ ଦିନରେ ସୁରୁଖୁରୁରେ କରାଯିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। 

You Can Read:

ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳସାମନ୍ତ ସେଲ୍ ପଡିଛି ଖାଲି, ମିଳିଲା ମୋବାଇଲ୍ ଓ ମାଦକ ଦ୍ରବ୍ୟ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.