ଭୁବନେଶ୍ବର ୨୫/୧୧: ୨୯ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଡିସେମ୍ବର ୧ ତାରିଖ ଅପରାହ୍ନ ଯାଏ ରହିବେ । ଭୁବନେଶ୍ବରରେ ପ୍ରଥମ ଥର ହେବାକୁ ଥିବା ୩ଦିନିଆ ଡିଜି ଓ ଆଇଜି ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ । ସେଥିପାଇଁ ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।
ଆଇନ ମନ୍ତ୍ରୀ କହିଛନ୍ତି ଡିଜିପି ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ୨୯ ତାରିଖରେ ଓଡ଼ିଶା ଆସିବେ । ସେ ୩୦ ଓ ଡିସେମ୍ବର ୧ରେ ଡିଜିପି ସମ୍ମିଳନୀରେ ଭାଗ ନେବେ । ତାଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲ ମଧ୍ୟ ୩ ଦିନ ରହି କନଫରେନ୍ସରେ ଯୋଗଦେବେ । ସମ୍ମିଳନୀ ଶେଷ ହେବା ଯାଏ ସମସ୍ତେ ଉପସ୍ଥିତ ରହିବେ ।
ଆଇନ ମନ୍ତ୍ରୀଙ୍କ ପୂର୍ବରୁ ଡିଜିପି ୱାଇ.ବି ଖୁରାନିଆ ସୂଚନା ଦେଇ କହିଥିଲେ ୩ ଦିନିଆ ଡିଜିପି ସମ୍ମିଳନୀ ପାଇଁ ପ୍ରସ୍ତୁତି ସରିଛି । ୩ ଦିନିଆ ସମ୍ମିଳନୀରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ ।