ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ରାଜଧାନୀରେ ପୋଲିସର ପ୍ରସ୍ତୁତି

Published By : Prameya-News7 Bureau | December 02, 2024 IST

ଭୁବନେଶ୍ବର: ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ରାଜଧାନୀରେ ପୋଲିସର ପ୍ରସ୍ତୁତି। ସୋମବାର ରାଷ୍ଟ୍ରପତିଙ୍କ କାରକେଡ ରିହର୍ସଲ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପିନାକ ମିଶ୍ର। ଡିସିପିଙ୍କ ସୂଚନା ଅନୁସାରେ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ୪୦ ପ୍ଲାଟୁନ ଫୋର୍ସ ନିୟୋଜିତ ହେବେ। 

ରାଷ୍ଟ୍ରପତିଙ୍କ ଗସ୍ତ ସହ ନୌସେନା ଦିବସ ପାଇଁ ଭିଡ଼ ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା, ପାର୍କିଂ ସହ ବିଭିନ୍ନ ସୁରକ୍ଷା ବ୍ୟବସ୍ଥା ପାଇଁ ୧୪ ଜଣ ଏସପି ରାଙ୍କର ଅଧିକାରୀ ନିୟୋଜିତ ରହିବେ। ସେମାନଙ୍କୁ ଅତିରିକ୍ତ ଏସପି, ଡିଏସପି ଏବଂ ଇନ୍ସପେକ୍ଟର ରାଙ୍କର ଅଧିକାରୀ ସହଯୋଗ କରିବେ। ପୁରୀ ସହରରେ ମୋଟ ୮୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ।

ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କିଭଳି କଡ଼ାକଡ଼ି କରାଯାଇପାରିବ ସେନେଇ ପୋଲିସ ବିଭାଗର ବରିଷ୍ଠ ଅଧିକାରୀମାନେ ପୁରୀ ଟାଉନ ହଲ ଠାରେ ଏକ ସ୍ବତନ୍ତ୍ର ସମୀକ୍ଷା ବୈଠକ ଆୟୋଜନ ହୋଇଥିଲା। 

ସୂଚନାଥାଉକି, ଆସନ୍ତା ୪ ତାରିଖରେ ପୁରୀ ବ୍ଲୁ ଫ୍ଲାଗ ବିଚରେ ପାଳନ ହେବ ନୌସେନା ଉତ୍ସବ। ଆଉ ଏହି କାର୍ଯକ୍ରମରେ ମୁଖ୍ୟ ଅତିଥି ଭାବରେ ଉପସ୍ଥିତ ରହିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।ଏଥିପାଇଁ ସବୁ ପ୍ରସ୍ତୁତି ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହିତ ବହୁ ବିଶିଷ୍ଟ କେନ୍ଦ୍ର ଏବଂ ରାଜ୍ୟର ମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ସମେତ ୭ ହଜାର ୫୦୦ ଅତିଥି ଉପସ୍ଥିତ ରହିବେ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.