ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ, ଏସ୍‌ସିବି ମେଡିକାଲରେ ଭର୍ତ୍ତି

Published By : Prameya-News7 Bureau | May 29, 2024 IST

ଖୋର୍ଦ୍ଧା ୨୯।୫: ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ପ୍ରଶାନ୍ତ ଜଗଦ୍ଦେବଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଅଛି । ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ତାଙ୍କ ଓକିଲ ମଙ୍ଗଳବାର ଆବେଦନ କରିଥିଲେ । କୋର୍ଟଙ୍କ ଅନୁମତି କ୍ରମେ ତାଙ୍କୁ ବୁଧବାର ଭୋର ୪ଟାରୁ କଟକ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଉଚ୍ଚ ରକ୍ତଚାପ ଏବଂ ଅନ୍ଯାନ୍ଯ ରୋଗରେ ପୀଡିତ ଥିବା ସୂଚନା ମିଳିଛି । ଏସ୍‌ସିବିର ମେଡିସିନ ୱାର୍ଡରେ ପ୍ରଶାନ୍ତଙ୍କ ଚିକିତ୍ସା ଚାଲୁଥିବା ଜଣାପଡିଛି ।

You Can Read :

ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ଓଡିଶାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.