ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ଚଣା ବ୍ଲକ ପ୍ରଶାସନର ପ୍ରସ୍ତୁତି

Published By : Prameya-News7 Bureau | October 22, 2024 IST

ଚଣ୍ଡିଖୋଲ ୨୨।୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ପ୍ରଶାସନର ପ୍ରସ୍ତୁତି । ବ୍ଲକ ସଭାଗୃହରେ ବିଡ଼ିଓ ରବୀନ୍ଦ୍ର କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବଡ଼ଚଣା ବିଧାୟକ ଅମର ନାୟକ ଯୋଗଦେଇ ବିଭାଗୀୟ ଅଧିକାରୀଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଦର୍ପଣ ତହସିଲଦାର ମାନସ ରଞ୍ଜନ ତ୍ରିପାଠୀ, ବଡ଼ଚଣା ଥାନା ଅଧିକାରୀ ଶ୍ରୀକାନ୍ତ ବାରିକ ପ୍ରମୁଖଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହିଥିଲେ । ବିଶେଷ କରି ଏହି ବୈଠକରେ ବ୍ଲକରେ ଥିବା ବାତ୍ୟା ଆଶ୍ରୟସ୍ଥଳ ଗୁଡିକୁ ପ୍ରସ୍ତୁତ ରଖାଯିବା, ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରାଯିବା, ଖାଦ୍ୟ ମହଜୁଦ ରଖିବା, ଲୋକମାନଙ୍କୁ ସତର୍କ ଓ ସଚେତନ କରାଇବା ଉପରେ ଆଲୋଚନା କରାଯାଇଥିଲା।

You Can Read:

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ

  • odisha
  • OdishaNews
  • Cyclone Dana
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.