ଆସନ୍ତା ୨୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ମୁର୍ମୁ, କଣ୍ଟିଲୋ ନୀଳମାଧବଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିବେ

Published By : Prameya-News7 Bureau | March 12, 2025 IST

ଭୁବନେଶ୍ୱର ୧୨/୦୩: ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଆସନ୍ତା ୨୪ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସିବେ । ଗସ୍ତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ନୟାଗଡ଼ କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ନେଇ ସୂଚନା ମଳିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲ୍ଲାପାଳ ଓ ଏସପି । 

ସୂଚନା ଥାଉକି, ରାଷ୍ଟ୍ରପତି ୨୪ ତାରିଖ ଦିନ ମଧ୍ୟାନ ସାଢେ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ଗସ୍ତ କରିବେ। ସେଠାରେ ପୂଜାଚ୍ଚନା କରିବା ପରେ ଅନ୍ୟ କାର୍ଯ୍ୟକ୍ରମ ଯୋଗଦେବେ । ରାଷ୍ଟ୍ରପତି ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ବାବସୁ ଓ ଲଲିତାଙ୍କ ଜନ୍ମମାଟି ପରଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.