ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ, ପୁରୀ ଓ ଭୁବନେଶ୍ୱରରେ ଥିଲା କାର୍ଯ୍ୟକ୍ରମ

Published By : Prameya-News7 Bureau | October 21, 2024 IST

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ ରଖାଯାଇଛି। ୨୩ରୁ ୨୫ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ କାର୍ଯ୍ୟକ୍ରମ ଥିଲା। ପୁରୀ, ଭୁବନେଶ୍ୱର, ବାଙ୍ଗିରିପୋଷୀ ଓ ରାଇରଙ୍ଗପୁରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଥିଲା। କିନ୍ତୁ ବାତ୍ୟାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତିଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି।  

ସବୁଠୁ ବଡ଼ କଥା ହେଲା- ୨୩ରେ ବାତ୍ୟାର ରୂପ ନେବ ଅବପାତ। ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ ତାରିଖରେ ଅବପାତରେ ପରିଣତ ହେବ। ପରେ ଏହା ୨୩ ତାରିଖ ସକାଳେ ବାତ୍ୟାରେ ପରିଣତ ହେବ। 

ପରେ ଏହା ୨୪ ରାତି କିମ୍ବା ୨୫ ଭୋର ସମୟରେ ପୁରୀରୁ ସାଗରଦ୍ୱୀପ ମଧ୍ୟରେ ଭୀଷଣ ଝଡ଼ ବା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ଭାବେ ସ୍ଥଳଭାଗ ଛୁଇଁବ। ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୧୦ କିମି ଓ ଝଟକା ୧୨୦ କିମି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.