ମଣିପୁରରେ ଲାଗୁ ହେଲା ରାଷ୍ଟ୍ରପତି ଶାସନ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ପରେ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି

Published By : Prameya-News7 Bureau | February 13, 2025 IST

News7

ନୂଆଦିଲ୍ଲୀ: ମଣିପୁରରେ ଲାଗୁ ହେଲା ରାଷ୍ଟ୍ରପତି ଶାସନ।  କେନ୍ଦ୍ର ସରକାର ରାଷ୍ଟ୍ରପତି ଶାସନ ଲାଗୁ କରିଛନ୍ତି। ମୁଖ୍ୟମନ୍ତ୍ରୀ ବିରେନ୍‌ ସିଂଙ୍କ ଇସ୍ତଫା ପରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଛି। 

୨୦୨୩ ମେ ୩ରୁ ମଣିପୁରରେ ଆରମ୍ଭ ହୋଇଥିଲା ଜାତିଗତ ହିଂସା । କୁକି ଏବଂ ମୈତେଇ ମଧ୍ୟରେ ଦେଢ ବର୍ଷରୁ ଅଧିକ ସମୟ ଧରି ଚାଲିଥିବା ହିଂସାରେ ୨୩୭ ଜଣଙ୍କ ମୃତ୍ୟୁ ହୋଇଛି । ୧୫୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଅନ୍ୟପଟେ ୬୦ ହଜାରରୁ ଅଧିକ ଲୋକ ନିଜ ଘର ଛାଡ଼ି ସୁରକ୍ଷା ଶିବିରରେ ରହିବାକୁ ବାଧ୍ୟ ହେଉଛନ୍ତି । ମଣିପୁରରେ ଗତ ଦେଢ ବର୍ଷରେ ୧୧ ହଜାର ଏଫ୍‌ଆଇଆର୍ ଏବଂ ୫୦୦ରୁ ଅଧିକ ଗିରଫଦାରୀ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.