ରାଜଭବନରେ ପ୍ରଧାନମନ୍ତ୍ରୀ ମୋଦି, ମୋହନଙ୍କ ଶପଥ ଉତ୍ସବରେ ହେବେ ସାମିଲ

Published By : Prameya-News7 Bureau | June 12, 2024 IST

ଭୁବନେଶ୍ବର୧୨/୬ : ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ମୋଦି ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି । ବିମାନ ବନ୍ଦରରୁ ସିଧା ରାଜଭବନ ଯାଇଛନ୍ତି ମୋଦି । ସଂଧ୍ୟାରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ । ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀଙ୍କ ସହ ତାଙ୍କ ମନ୍ତ୍ରୀମଣ୍ଡଳ ପଦ ଓ ଗୋପନୀୟତାର ଶପଥ ପାଠ କରିବେ।

ଶପଥ ଗ୍ରହଣ ଉତ୍ସବ ପାଇଁ ଭୁବନେଶ୍ବର ଜନତା ମଇଦାନରେ ଭବ୍ୟ ଆୟୋଜନ କରାଯାଇଛି । ପ୍ରଧାନମନ୍ତ୍ରୀ ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ । ଏହି ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବାକୁ ବିଭିନ୍ନ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଓଡ଼ିଶାରେ ପହଞ୍ଚିଛନ୍ତି ।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ବିଜେପି ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାଁ ଘୋଷଣା ହେବା ପରେ ତାଙ୍କୁ ଅର୍ଡର ଅଫ୍ ଆପଏଣ୍ଟମେଣ୍ଟ ପ୍ରଦାନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏଥିସହ ତାଙ୍କୁ ରାଜ୍ୟରେ ସରକାର ଗଠନ ଲାଗି ଆମନ୍ତ୍ରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ସହ ୨ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ମଧ୍ୟ ଘୋଷଣା ହୋଇଛି। ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଏବଂ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା ହେବେ ଉପମୁଖ୍ୟମନ୍ତ୍ରୀ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.