ମହିଳାଙ୍କ ଆକାଉଣ୍ଟକୁ ଗଲା ‘ସୁଭଦ୍ରା’ କିସ୍ତି ଟଙ୍କା, ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

Published By : Prameya-News7 Bureau | September 17, 2024 IST

ଭୁବନେଶ୍ବର ୧୭।୯: ମହିଳାଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା । ଭୁବନେଶ୍ବର ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।  ହିତାଧିକାରୀଙ୍କ ଆକାଉଣ୍ଟକୁ ଯାଇଛି ଯୋଜନାର ପ୍ରଥମ କିସ୍ତି ଟଙ୍କା । ପ୍ରଥମ କିସ୍ତି ଭାବେ ୫ ହଜାର ଟଙ୍କା ପଞ୍ଜୀକୃତ ମହିଳାଙ୍କ ଆକାଉଣ୍ଟକୁ ଯାଇଛି । ୨୫ ଲକ୍ଷ ୧୧ ଜଣ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଯାଇଛି ।

ସେପଟେ, ପ୍ରଧାନମନ୍ତ୍ରୀ ‘ସୁଭଦ୍ରା’ ବ୍ୟତୀତ ଏକାଧିକ ଲୋକହିତକାରୀ ଯୋଜନାର ମଧ୍ୟ ଶୁଭାରମ୍ଭ କରିଛନ୍ତି । PMAY-Gରେ ୧୩ ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ମିଳିଛି । ତାହ PMAYର ୨୬ ଲକ୍ଷ ଲୋକଙ୍କ ଗୃହ ପ୍ରବେଶ ହୋଇଛି ।

You Can Read:

୧୬ ଶହ ବୋତଲ କଫ୍ ସିରପ୍ ଜବତ, ଜଣେ ଅଭିଯୁକ୍ତ ଗିରଫ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.