ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି, ବଡ଼ଦେଉଳରେ ସ୍ୱତନ୍ତ୍ର ନୀତିକାନ୍ତି

Published By : Prameya-News7 Bureau | January 13, 2025 IST

ପୁରୀ ୧୩।୦୧ : ସୋମବାର ପବିତ୍ର ପୌଷ୍ୟ ପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି। ରବିବାର ଚତୁର୍ଦଶୀ ତିଥିରେ ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯାଇଛି। ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା ଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିଥିଲେ। ଏହା ପରେ ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଛି। ମସ୍ତକରେ କିରୀଟ, ପାଦରେ ଶ୍ରୀପୟର, ହାତରେ ଶ୍ରୀଭୁଜ, ହରିଡ଼ାମାଳ, ବାହାଡା ମାଳ, ସେବତୀମାଳ, ଆଡ଼କାନି, ଚନ୍ଦ୍ର ସୂର୍ଯ୍ୟ ଆଦି ବିବିଧ ପ୍ରକାର ସ୍ଵର୍ଣ ଅଳଙ୍କାରରେ ମହାପ୍ରଭୁ ରାଜରାଜେଶ୍ୱର ବେଶରେ ବିଭୂଷିତ ହୋଇଛନ୍ତି। ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରି ହଜାର ହଜାର ଭକ୍ତ ଆତ୍ମସନ୍ତୋଷ ଲାଭ କରିଥାନ୍ତି। ସେହିପରି ମଙ୍ଗଳବାର ମକର ସଂକ୍ରାନ୍ତି ଥିବା ବେଳେ ଆଜି ନବାଙ୍କ ବେଶ ମଧ୍ୟ ଅନୁଷ୍ଠିତ ହେବାର ପରମ୍ପରା ରହିଛି। 

  • puri
  • odisha
  • OdishaNews
  • prameyanews7
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.