ବୁଧବାର ଶ୍ରୀମନ୍ଦିରରେ ରାଧାଷ୍ଟମୀ, ବଡ଼ଦେଉଳରେ ସ୍ୱତନ୍ତ୍ର ନୀତିକାନ୍ତି

Published By : Prameya-News7 Bureau | September 11, 2024 IST

ପୁରୀ ୧୧।୦୯ : ଶ୍ରୀମନ୍ଦିରରେ ଆଜି ରାଧାଷ୍ଟମୀ । ଏହି ଅବସରରେ ଚକ୍ରରାଜ ସୁଦର୍ଶନ ନଗର ପରିକ୍ରମା କରିବେ। ଏଥିପାଇଁ ପୁରୀରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । 

ବୁଧବାର ଅପରାହ୍ନରେ ସୁଦର୍ଶନ ମହାପ୍ରଭୁ ଶ୍ରୀମନ୍ଦିର ବେଢା ପରିକ୍ରମା କରିବା ପରେ ବାହାରକୁ ତାଙ୍କ ବିମାନ ବାହାରି ନଗର ପରିକ୍ରମା ଓ ପନ୍ତି ଭୋଗ ଖାଇବା ପରେ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ଓ ହିସାବ ରକ୍ଷକ ଭାବେ ପରିଚିତ ଗୌଡ଼ବାଡ଼ ସାହିରେ ଥିବା ଜମ୍ବେଶ୍ୱର ମହାଦେବ ମନ୍ଦିରକୁ ବିଜେ କରିବେ। ସେଠାରେ ଶୀତଳ ଭୋଗ ଓ ପ୍ରସାଦ ଲାଗି ନୀତି ଅନୁଷ୍ଠିତ ହେବ। ଜମ୍ବେଶ୍ୱରଙ୍କ ପକ୍ଷରୁ ଜଣେ ପୂଜାପଣ୍ଡା ସାମନ୍ତ ଶ୍ରୀମନ୍ଦିରର ବାର୍ଷିକ ଆୟବ୍ୟୟ ହିସାବ ସୁଦର୍ଶନଙ୍କ ସମ୍ମୁଖରେ ପଢି ନୀତି ସମ୍ପର୍ଣ୍ଣ କରିବେ। ସୁଦର୍ଶନ ମହାପ୍ରଭୁ ଜମ୍ବେଶ୍ୱରଙ୍କ ଠାରୁ ଆୟବ୍ୟୟ ହିସାବ ଆଣିବା ପରେ ସେଠାରୁ ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ। ମଙ୍ଗଳବାର ରାତିରେ ଶ୍ରୀମନ୍ଦିରରେ କେକେଶି ରାକ୍ଷସ ବଧ ନୀତି ଅନୁଷ୍ଠିତ ହୋଇଥିଲା।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.