୧୯ ଯାଏଁ ରହିବ କାଳବୈଶାଖୀର ପ୍ରଭାବ, ଘଡ଼ଘଡ଼ି ସହ ବର୍ଷା ନେଇ ଆଲର୍ଟ

Published By : Prameya-News7 Bureau | April 15, 2025 IST

ଭୁବନେଶ୍ୱର ୧୫।୦୪ : ମଙ୍ଗଳବାର ଓ ବୁଧବାର ରାଜ୍ୟର କିଛି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି । ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ଏହି ପୂର୍ବାନୁମାନ କରିଛି। ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ଢେଙ୍କାନାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହୋଇପାରେ। ବୁଧବାର ମଧ୍ୟ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । 

ତେବେ ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ଼, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୫୦ରୁ ୬୦କିମି ବେଗରେ ପବନ ବହିପାରେ । ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । 

ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୪୦ରୁ ୫୦କିମି ବେଗରେ ପବନ ବହିପାରେ ।

୧୭ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ରାୟଗଡ଼ାରେ ମଧ୍ୟ ବର୍ଷା ସମ୍ଭାବନା ଅଛି । ଆସନ୍ତା ୧୯ ତାରିଖ ଯାଏ କାଳବୈଶାଖୀର ପ୍ରଭାବ ରହିବ । ଏହାପରେ ତାତି କ୍ରମଶଃ ବଢ଼ିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି ।

  • Weather
  • Weather Forecast
  • Weather update
  • prameyanews7
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.