ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଜାରି ହେଲା ଅରେଞ୍ଜ ଆଲର୍ଟ

Published By : Prameya-News7 Bureau | February 22, 2025 IST

ଭୁବନେଶ୍ୱର, ୨୨/୦୨ : ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ଏଥିପାଇଁ ଏହି ୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଖାଲି ଏହି ୪ ଜିଲ୍ଲା ନୁହେଁ, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । 

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । 

also read...

ରାଜ୍ୟରେ ୨୪ ଯାଏଁ ଘଡଘଡି ସହ ବର୍ଷା ସମ୍ଭାବନା, ୨୫ ପରେ ବଦଳିବ ପାଗ

୨୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର ଓ କେନ୍ଦ୍ରାପଡ଼ାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ଏ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖରେ ବି ବାଲେଶ୍ୱର ଓ ମୟୂରଭଞ୍ଜ ପାଇଁ ସତର୍କତା ଜାରି କରାଯାଇଛି । ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । 

ସୂଚନା ଥାଉକି, ଗତ ୨୪ ଘଣ୍ଟାରେ ଅନୁଗୁଳରେ ସର୍ବାଧିକ ୨୬ ମିମି ବର୍ଷା ହୋଇଛି । ଭୁବନେଶ୍ୱରରେ ୨୨.୨, ଢେଙ୍କାନାଳରେ ୨୧, ଚାନ୍ଦବାଲିରେ ୧୮.୪, ତାଳଚେରରେ ୧୫, କେନ୍ଦୁଝରରେ ୧୨.୮ ମିମି ବର୍ଷା ରେକର୍ଡ ହୋଇଛି । ଅପରାହ୍ନରେ ରାଜଧାନୀ ଭୁବନେଶ୍ୱରରେ ବର୍ଷା ହୋଇଛି । ଅନେକ ସ୍ଥାନରେ ବର୍ଷା ସତ୍ତେ୍ୱ ରାତିରେ ଶୁକ୍ରବାର ଅଧିକାଂଶ ସ୍ଥାନର ରାତି ତାପମାତ୍ରା ଅଧିକ ଥିଲା । ଭଦ୍ରକର ରାତି ତାପମାତ୍ରା ସର୍ବନିମ୍ନ ୧୪.୪ ଓ ଅନୁଗୁଳର ୧୪.୬ ଡିଗ୍ରୀ ଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.