ଭୁବନେଶ୍ୱର ୧୩।୦୪: ଆସନ୍ତା ୧୮ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରବିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୩୦ରୁ ୪୦କିମି ବେଗରେ ପବନ ବି ବହିବ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।
୧୪ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ଘଡ଼ଘଡ଼ି ଓ ବର୍ଷା ସହିତ ୪୦ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା ଅଛି । କେନ୍ଦୁଝର ଓ ମୟୂରଭଞ୍ଜରେ ଭାରୀ ବର୍ଷା ହୋଇପାରେ । ଶନିବାର ସକାଳରୁ ସନ୍ଧ୍ୟା ଭିତରେ ବାରିପଦାରେ ୪୦ମିମି ବର୍ଷା ହୋଇଛି। ଖୋର୍ଦ୍ଧା, ନୟାଗଡ଼, ଦାରିଙ୍ଗିବାଡ଼ି ଓ ଅନୁଗୁଳରେ ମଧ୍ୟ ବର୍ଷା ହୋଇଛି ।