ରାଜ୍ୟରେ କାଳବୈଶାଖୀ ପ୍ରଭାବ, ୫ ତାରିଖ ଯାଏଁ ବର୍ଷାର ଆଲର୍ଟ

Published By : Prameya-News7 Bureau | April 30, 2025 IST

ଭୁବନେଶ୍ୱର ୩୦।୦୪ : କାଳବୈଶାଖୀ ପ୍ରଭାବରେ ଆସନ୍ତା ୫ ତାରିଖ ଯାଏ ବର୍ଷା ହେବ । ୩ ତାରିଖ ଯାଏ ବର୍ଷାର ଅଧିକ ସମ୍ଭାବନା ଅଛି । ୪ ଓ ୫ ତାରିଖରେ ଅଳ୍ପ କିଛି ସ୍ଥାନରେ ବର୍ଷା ହୋଇପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । 

ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ବୁଧବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଆଶଙ୍କା ଅଛି । ପବନର ଝଟ୍‌କା ୪୦ରୁ ୫୦ କିମି ଛୁଇଁପାରେ। ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବି ବର୍ଷା ଆଶଙ୍କା ଅଛି। ଗୁରୁବାର ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହୋଇପାରେ। ୨ ଓ ୩ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହିତ ବର୍ଷା ଓ ପବନ ହେବ । ଆସନ୍ତା ୪ ଦିନ ଦିନ ତାପମାତ୍ରା ଅପେକ୍ଷାକୃତ କମ୍‌ ରହିବ। ପରେ ତାତି ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ମଙ୍ଗଳବାର କେନ୍ଦୁଝରରେ ୩୧.୨ମିମି ବର୍ଷା ହୋଇଛି । ଅନୁଗୁଳ, କେନ୍ଦୁଝର, ଝାରସୁଗୁଡ଼ା ଓ ଦେବଗଡ଼ ଜିଲ୍ଲାରେ କୁଆପଥର ସହ ବର୍ଷା ହୋଇଛି ।

  • Weather
  • Weather Forecast
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.