୩୦ ଜିଲ୍ଲାକୁ ସମ୍ପୂର୍ଣ୍ଣ ଛୁଇଁଲା ମୌସୁମୀ ବାୟୁ, ଆସନ୍ତା ୩ ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

Published By : Prameya-News7 Bureau | June 24, 2024 IST

ଭୁବନେଶ୍ୱର,୨୪/୦୬: ରାଜ୍ୟର ସବୁ ଜିଲ୍ଲାକୁ ଛୁଇଁଛି ମୌସୁମୀ । ପୂର୍ବରୁ ଏହା ୨୪ଟି ଜିଲ୍ଲାକୁ ସମ୍ପୂର୍ଣ୍ଣ ଓ ୬ ଜିଲ୍ଲାରୁ ଆଂଶିକ ଛୁଇଁଥିଲା । ରବିବାର ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ବାକି ଥିବା ୬ଟି  ଜିଲ୍ଲାକୁ ସମ୍ପୂର୍ଣ୍ଣ ଛୁଇଁଛି ବୋଲି ପାଣିପାଗ  ବିଭାଗ ପକ୍ଷରୁ କୁହାଯାଇଛି । 

୨୫ ତାରିଖରୁ ରାଜ୍ୟରେ ବର୍ଷା ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ୨୪ରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଅଛି । ୨୫ରେ ଝାରସୁଗୁଡ଼ା,  ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା ଜିଲ୍ଲାରେ ବର୍ଷା ହୋଇପାରେ । ୨୬ରେ ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ,  ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି,  ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । 

୨୭ରେ ଗଞ୍ଜାମ,  କନ୍ଧମାଳ, ନୟାଗଡ଼, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାରେ ଭାରୀ ବର୍ଷା ହୋଇପାରେ । ଚାନ୍ଦବାଲିରେ ୩୧.୨, ବାରିପଦାରେ  ୧୫.୨, ରାୟଗଡ଼ାରେ ୧୨.୬,  ହୀରାକୁଦରେ ୧୨.୨, ଦାରିଙ୍ଗିବାଡ଼ିରେ ୧୨ ଓ ସୋନପୁରରେ ୬ମିମି ବର୍ଷା  ହୋଇଛି 


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.