ସୋମବାରଠୁ ଖୋଲିବ ରାଜଭବନ ଉଦ୍ୟାନ, ଅନ୍‌ଲାଇନ୍‌ରେ ବୁକିଂ କରିବେ ଟିକେଟ

Published By : Prameya-News7 Bureau | January 12, 2025 IST

ଭୁବନେଶ୍ୱର ୧୨।୦୧ : ସୋମବାରଠୁ ଖୋଲିବ ରାଜଭବନ ଉଦ୍ୟାନ । ଜାନୁଆରୀ ୧୩ରୁ ଜାନୁଆରୀ ୨୨ ଯାଏଁ ଖୋଲା ରହିବ ରାଜଭବନ ଉଦ୍ୟାନ। ଏହି ସମୟରେ ସାଧାରଣ ଲୋକ ଉଦ୍ୟାନ ବୁଲିପାରିବେ । ଚଳିତବର୍ଷ ନିୟମରେ କିଛିଟା ପରିବର୍ତ୍ତନ କରାଯାଇଛି ।  

ତେବେ ରାଜଭବନ ଉଦ୍ୟାନରେ ପ୍ରବେଶ କରିବାକୁ ହେଲେ ପ୍ରଥମେ ମୋବାଇଲ୍‌ ଆପ୍‌ ଜରିଆରେ ପଞ୍ଜୀକରଣ କରିବେ । ଏହାପରେ ସେହି ପ୍ରମାଣ ପତ୍ର ନେଇ ରାଜଭବନ ଉଦ୍ୟାନକୁ ଯିବେ । ତେବେ ରାଜଭବନ ଉଦ୍ୟାନ ପରିଦର୍ଶନ ପାଇଁ କୌଣସି ପ୍ରବେଶ ଶୁଳ୍କ ଦେବାକୁ ପଡ଼ିବ ନାହିଁ । ଏଥିନିମନ୍ତେ ପ୍ଲେ ଷ୍ଟୋର କିମ୍ବା ଆପ୍ସ ଷ୍ଟୋରରୁ ଉଦ୍ୟାନ ପରିଦର୍ଶନ, ରାଜଭବନ, ଓଡ଼ିଶାର ମୋବାଇଲ୍‌ ଆପ୍‌ ଡାଉନ୍‌ଲୋଡ଼ କରିବାକୁ ପଡ଼ିବ। ଓଡ଼ିଶାର ରାଜଭବନ  ୱେବ୍‌ସାଇଟରେ ଉପଲବ୍ଧ ଥିବା କ୍ୟୁ-ଆର୍‌ କୋଡ଼ ମାଧ୍ୟମରେ ମୋବାଇଲ୍‌ ଆପ୍‌ ମଧ୍ୟ ଡାଉନ୍‌ଲୋଡ   କରାଯାଇପାରିବ । 

ସର୍ବସାଧାରଣଙ୍କ ପାଇଁ ରାଜଭବନ ଉଦ୍ୟାନ ବୁଲିବାର ସମୟ ଅପରାହ୍ନ ୨ଟା ୩୦ମି ରୁ ୫ଟା ପର୍ଯ୍ୟନ୍ତ ରହିଛି । ବାକି ସ୍କୁଲ୍‌ ଛାତ୍ରଛାତ୍ରୀଙ୍କ ଉଦ୍ୟାନ ପରିଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି । ଏଥିପାଇଁ ଏ.ଡ଼ି.ସିଚିଫ୍‌ ସିକ୍ୟୁରିଟି ଅଫିସରଙ୍କୁ ବିଦ୍ୟାଳୟ କତ୍ତୃର୍ପକ୍ଷ ‘ଛାତ୍ରଛାତ୍ରୀଙ୍କ ଉଦ୍ୟାନ ପରିଦର୍ଶନ ନିମନ୍ତେ ଅନୁରୋଧ  ପତ୍ର’ ପଠାଇବା ଆବଶ୍ୟକ ବୋଲି ସୂଚନା ଦିଆଯାଇଛି । ସ୍କୁଲ ପିଲାମାନଙ୍କ ପାଇଁ ଉଦ୍ୟାନ ପରିଦର୍ଶନ ସମୟ  ସକାଳ ଘ ୮.୩୦ମି. ରୁ ୧୦ ଘଟିକା ପର୍ଯ୍ୟନ୍ତ ଧାର୍ଯ୍ୟ  କରାଯାଇଛି । ଏ ସଂପର୍କରେ ଅଧିକ ବିବରଣୀ  ପାଇଁ ବିଦ୍ୟାଳୟ କତ୍ତୃର୍ପକ୍ଷ ରାଜଭବନ ୱେବ୍‌ସାଇଟ୍‌  ପରିଦର୍ଶନ କରିପାରିବେ । ସ୍କୁଲ ଛାତ୍ରଛାତ୍ରୀମାନେ  ସ୍କୁଲ ୟୁନିଫର୍ମ ଓ ପରିଚୟ କାର୍ଡ଼ ପରିଧାନ ପୂର୍ବକ  ଶିକ୍ଷକ, ଶିକ୍ଷୟିତ୍ରୀ, ସ୍କୁଲ କର୍ମଚାରୀଙ୍କ ତତ୍ତ୍ୱାବଧାନରେ ଆସିବେ । ଉଦ୍ୟାନ ପରିଦର୍ଶନରେ ଆସିବାକୁ ଥିବା  ପର୍ଯ୍ୟଟକ ପାଇଁ ନ୍ୟୁ ଅଭିଷେକ ହଲ୍‌ ନିକଟସ୍ଥ ୩ ନମ୍ବର  ଗେଟ୍‌ରେ ପ୍ରବେଶ ଏବଂ ସିକ୍ୟୁରିଟି ବାରାକ ନିକଟସ୍ଥ  ଗେଟ୍‌ରେ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି।

 

  • prameyanews7
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.