ମହାପ୍ରଭୁ ଏବେ ସମ୍ପୂର୍ଣ୍ଣ ଆରୋଗ୍ୟ, ଆଜି ଶ୍ରୀଜିଉଙ୍କର ରାଜପ୍ରାସାଦ ବିଜେ ନୀତି

Published By : Prameya-News7 Bureau | July 03, 2024 IST

ପୁରୀ ୦୩।୦୭ : ଅଣସରର ଆଜି ଦ୍ୱାଦଶୀ ତିଥିରେ ଶ୍ରୀଜିଉମାନଙ୍କର ଅନୁଷ୍ଠିତ ହେବ ରାଜପ୍ରାସାଦ ବିଜେ ନୀତି। ଶ୍ରୀମନ୍ଦିରରେ ସକାଳ ଧୂପ ନୀତି ବଢ଼ିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯିବ। 

ଖବର ଅନୁଯାୟୀ, ମଙ୍ଗଳବାର ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଖଳି ଲାଗି ଓ ରକ୍ତ ବସ୍ତ୍ର ଲାଗି କରାଯାଇଥିବା ବେଳେ ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ଔଷଧ ମଧ୍ୟ ମହାପ୍ରଭୁଙ୍କୁ ଲାଗି କରାଯାଇଥିଲା। ମହାପ୍ରଭୁ ଏବେ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରିଥିବା ବେଳେ ଏହି ଖବର ଗଜପତି ମହାରାଜାଙ୍କୁ ସୂଚିତ କରାଇବା ନିମନ୍ତେ ଦଇତାପତି ଓ ବିଦ୍ୟାପତି ଶ୍ରୀଜୀଉଙ୍କ ପ୍ରସାଦ ରୂପେ କରାଳ, ଚନ୍ଦନ, ପାଟବସ୍ତ୍ରକୁ ନେଇ ଶ୍ରୀମନ୍ଦିରରୁ ଶ୍ରୀନହରକୁ ବିଜେ କରିବେ। 

ସେପଟେ ଆଉ ମାତ୍ର ତିନି ଦିନ ପରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଥିବାରୁ ତିନି ରଥର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରଥଯାତ୍ରାରେ ପ୍ରବଳ ଭକ୍ତଙ୍କ ସମାଗମ ହେବାକୁ ଥିବାବେଳେ ରାଷ୍ଟ୍ରପତି ମଧ୍ୟ ଏହି ବିଶ୍ବ ପ୍ରସିଦ୍ଧ ରଥଯାତ୍ରାରେ ସାମିଲ୍ ହେବାକୁ ଯାଉଛନ୍ତି। ତେଣୁ ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସମସ୍ତ ପ୍ରସ୍ତୁତିକୁ ଜୋରଦାର କରାଯାଉଛି। 

  • puri
  • Deva Snana Purnima 2024
  • Ratha Yatra 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.