ଭୁବନେଶ୍ଵର ୦୬।୦୨ : ରାଜ୍ୟର ତୋଡ ଦେଖାଇଲାଣି ତାତି । ୧୦ ସହରରେ ତାତି ୩୫ ଡିଗ୍ରୀ ସେଲସିୟସ୍ ଟପିଛି । ଆସନ୍ତା ୪ରୁ ୫ ଦିନ ଯାଏ ଦିନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
୬ ତାରିଖରେ ଭଦ୍ରକ, ଜଗତ୍ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, ଅନୁଗୁଳ ଓ ଢ଼େଙ୍କାନାଳରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୭ ତାରିଖରେ କଟକ, ଖୋର୍ଦ୍ଧା, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼ ଓ ଗଞ୍ଜାମରେ ଘନ କୁହୁଡ଼ି ଦେଖାଯିବ ବୋଲି ପୂର୍ବାନୁମାନ କରାଯାଇଛି ।
ବୁଧବାର ମାଲକାନଗିରି ଓ ବଲାଙ୍ଗିରରେ ତାତି ସବୁଠୁ ଅଧିକ ୩୬ ଡିଗ୍ରୀ ରେକର୍ଡ ହୋଇଛି । ସମ୍ବଲପୁର, ହୀରାକୁଦ ଓ ଝାରସୁଗୁଡ଼ାରେ ୩୫.୯, ଭବାନୀପାଟଣା ଓ ସୁନ୍ଦରଗଡ଼ରେ ୩୫.୫, ସୋନପୁରରେ ୩୫.୨, ଅନୁଗୁଳରେ ୩୫.୧ ଓ ପାରଳାଖେମୁଣ୍ଡିରେ ୩୫ ଡିଗ୍ରୀ ରେକର୍ଡ ହୋଇଛି । ଭୁବନେଶ୍ୱର, ତାଳଚେର ଓ ବୌଦ୍ଧରେ ୩୩.୮, କୋରାପୁଟରେ ୩୩.୨, ଫୁଲବାଣୀରେ ୩୨.୯, ଯାଜପୁରରେ ୩୨.୮, ବାରିପଦାରେ ୩୨.୬, ଛତ୍ରପୁରରେ ୩୨.୭, କେନ୍ଦୁଝରରେ ୩୨.୩, କଟକ ଓ ପୁରୀରେ ୩୧.୮, ଦାରିଙ୍ଗିବାଡ଼ିରେ ୩୧.୫ଡିଗ୍ରୀ ରେକର୍ଡ ହୋଇଛି।