ଭୂମିହୀନଙ୍କୁ ଜମି ପଟ୍ଟା ଦେବେ ସରକାର, ମନ୍ତ୍ରୀ କହିଲେ- ୫ବର୍ଷ ପରେ ରାଜ୍ୟରେ କେହି ରହିବେନି ଭୂମିହୀନ ଓ ବାସହୀନ

Published By : Prameya-News7 Bureau | August 12, 2024 IST

ଭୁବନେଶ୍ବର ୧୨: ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ ବୟାନ । ୫ବର୍ଷ ପରେ ଓଡ଼ିଶାରେ କେହି ରହିବେନି ଭୂମିହୀନ ଓ ବାସହୀନ । ମନ୍ତ୍ରୀ କହିଛନ୍ତି, ଭୂମିହୀନ ଓ ବାସହୀନ ମାନଙ୍କୁ ତିନୋଟି କାଟେଗୋରୀରେ ବିଭକ୍ତ କରାଯାଇଛି । ଗ୍ରାମାଞ୍ଚଳରେ ପଟ୍ଟା ନଥିବା ହିତାଧିକାରୀ, ଗରିବଙ୍କୁ ୪ ଡିସିମିଲ ଲେଖାଏଁ ଜମି ପଟ୍ଟା ପ୍ରଦାନ କରାଯିବ । ସରକାରୀ ଜମିରେ ଦୀର୍ଘ ଦିନ ଧରି ରହିଥିବା ହିତାଧିକାରୀ ମାନଙ୍କୁ ମଧ୍ୟ ୪ ଡିସିମିଲ ଲେଖାଏଁ ଜମି ଦିଆଯିବ । ସହରାଞ୍ଚଳରେ ବସ୍ତି ବାସିନ୍ଦା ଓ ବାସହୀନଙ୍କୁ ଜମି ଯୋଗାଇ ଦେଉଛନ୍ତି ସରକାର । ତୃତୀୟରେ ଜଙ୍ଗଲ ଅଧିକାର ଆଇନରେ ଜଙ୍ଗଲ ଜମିକୁ ମଧ୍ୟ କିସମ ପରିବର୍ତ୍ତନ କରି ଦିଆଯାଉଛି । ଠିକ୍ ଠାକ୍ ସର୍ଭେ କରିବା ପାଇଁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୫ ବର୍ଷ ପରେ ଓଡ଼ିଶାରେ ଭୂମିହୀନ ଓ ବାସହୀନ କେହି ନଥିବେ । କଡାକଡି ନିର୍ଦ୍ଦେଶ ଦିଆଯାଇଛି । ସର୍ଭେ କାମ ଆରମ୍ଭ ହୋଇଗଲାଣି । ଆବଣ୍ଟନ ମଧ୍ୟ ଆରମ୍ଭ ହୋଇଗଲାଣି । ଜମି ମିଳିବା ପରେ ବାସଗୃହ, ପାନୀୟ ଜଳ, ସରକାରଙ୍କ ସମସ୍ତ ଜନ କଲ୍ୟାଣକାରୀ ଯୋଜନା ଯୋଗାଇ ଦିଆଯିବ । ୧୫ ତାରିଖରେ କଳାହାଣ୍ଡିରେ କିଛି ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।

You Can Read:

ଥାନାରେ ରସିକିଆ ପ୍ରେମିକ ସତ୍ୟଜିତଙ୍କ ଲେଡି ପାର୍ଟନର, ୩ ମାସରେ ଆକାଉଣ୍ଟକୁ ଯାଇଛି ୧୦ଲକ୍ଷ ଟଙ୍କା

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.